ରାଜ୍ୟରେ ପୁଣି ୫୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ପୁଣି ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୨୮୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୯୯ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨ ଜଣ, ଦେଓଗଡ଼ରୁ ୨ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୭ ଜଣ, ମାଲକାନଗିରିରୁ ୨ ଜଣ, ମୟୂରଗଭଞ୍ଜରୁ ୪ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୬ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Share Now:

Kalinga News Beuro

Next Post

ଏକାମ୍ର ବିକାଶରେ ବଇରି ସାଜିଛି କେନ୍ଦ୍ର,ବାଇ-ଲ’ ପ୍ରତ୍ୟାହାର ଦାବି: ବିସ୍ଫୋରକ ହେଲାଣି ଅସନ୍ତୋଷ

Sat Feb 13 , 2021
ଶ୍ରୀଲିଙ୍ଗରାଜଙ୍କ ନିକଟରେ ହଜାର ହଜାର ଲୋକଙ୍କ ଦୀପଦାନ ଭୁବନେଶ୍ବର : ଶ୍ରୀଅନନ୍ତ ବାସୁଦେବ ମନ୍ଦିର ଓ ଶ୍ରୀ ବ୍ରହ୍ମେଶ୍ବର ମନ୍ଦିର ପାଇଁ କେନ୍ଦ୍ର ସରକାରଙ୍କ ଜାତୀୟ ସ୍ମାରକୀ ପ୍ରାଧିକରଣ(ଏନ୍‌ଏମ୍ଏ)ଙ୍କ ପ୍ରସ୍ତାବିତ ଐତିହ୍ୟ ଅଧିନିୟମ (ବାଇ-ଲ’)କୁ ନେଇ ଭୁବନେଶ୍ବରରେ ଅସନ୍ତୋଷ କ୍ରମଶଃ ବିସ୍ଫୋରକ ହେବାକୁ ଲାଗିଲାଣି। ଶୁକ୍ରବାର ହଜାର ହଜାର ସଂଖ୍ୟାରେ ଭକ୍ତ ରାସ୍ତାକୁ ଓହ୍ଲାଇଛନ୍ତି। ଏକାଠି ହୋଇ କେନ୍ଦ୍ର ସରକାରଙ୍କ ବିରୋଧରେ ବିଷୋଦ୍‌ଗାର କରିଛନ୍ତି ଓ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ […]
ବାଇ-ଲ’ ପ୍ରତ୍ୟାହାର ଦାବି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial