ପାଣିପାଗରେ ପରିବର୍ତ୍ତନ : ୧୭ ଓ ୧୮ରେ ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଉ ଦିନକ ପରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ। ପଶ୍ଚିମ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପାଗ ଶୁଖିଲା ରହିବ। ଏହାପରେ ଅର୍ଥାତ ୧୭ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ୧୮ ତାରିଖ ଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲା‌ରେ ବି ବର୍ଷା ହେବ। ଏଣୁ ୧୭ ଓ ୧୮ ତାରିଖ ପାଇଁ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା। ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀଠାରେ ୧୧ ଡିଗ୍ରି ରେକର୍ଡ ହୋଇଛି। ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଛି। ଅବଶିଷ୍ଟ ସ୍ଥାନଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିଛି। ସର୍ବାଧିକ ତାପମାତ୍ରା ବି ପାଖାପାଖି ସ୍ବାଭାବିକ ରହିଛି। କିନ୍ତୁ କିଛି କିଛି ସ୍ଥାନରେ ସର୍ବଧିକ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ କରିଛି। ଭୁବନେଶ୍ବର ସହରରେ ମଧ୍ୟ ଦିନ ତାପମାତ୍ରା ସ୍ବାଭାବିକଠାରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଛି। ଏଠାରେ ସର୍ବାଧିକ ତାପମାତ୍ରା ୩୫.୬ ଡିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ରା ୧୭.୫ ଡିଗ୍ରି ରହିଥିଲା।

Share Now:

Kalinga News Beuro

Next Post

କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଘରୁ ଚୋରି ଉଦ୍ୟମ

Tue Feb 16 , 2021
ଭୁବନେଶ୍ବର : କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସରକାରୀ ବାସଭବନରୁ ଚୋରି ଉଦ୍ୟମ ହୋଇଛି। ସୋମବାର ଅପରାହ୍ନ ପ୍ରାୟ ୩ଟା ବେଳେ ବିଧାୟକ ଶ୍ରୀ ମିଶ୍ର ମଧ୍ୟାହ୍ନଭୋଜନ ପରେ ବିଶ୍ରାମ ନେଉଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କ କ୍ବାର୍ଟର୍‌ ପାଚେରି ଡେଇଁ ଭିତରେ ପଶିଥିଲେ। ଜିନିଷପତ୍ର ନେବା ପାଇଁ ଉଦ୍ୟମ କରୁଥିବା ବେଳେ କିଛି ସାମଗ୍ରୀ ତଳେ ପଡ଼ିଯିବାରୁ ଶବ୍ଦ ହୋଇଥିଲା। ଶବ୍ଦ ଶୁଣି ସୁରକ୍ଷା […]
କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଘରୁ ଚୋରି ଉଦ୍ୟମ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial