କୋଭିଡ କଟକଣା ମଧ୍ୟରେ ହେବ ପିପିଲି ଉପନିର୍ବାଚନ

କୋଭିଡ କଟକଣା ମଧ୍ୟରେ ହେବ ପିପିଲି ଉପନିର୍ବାଚନ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ନେଇ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀ କରି ବିସ୍ତୃତ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ କୋଭିଡ ଗାଇଡଲାଇନ ମାନି ଭୋଟ ଗ୍ରହଣ କରାଯିବ। ସେହିପରି କୋଭିଡ କଟକଣା ମଧ୍ୟରେ ପିପିଲି ଉପନିର୍ବାଚନ ହେବାକୁ ଥିବାବେଳେ ସମସ୍ତେ ମାସ୍କ ପିନ୍ଧିବାକୁ ନିୟମ କରାଯାଇଛି। ସେହିପରି ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ପୋଷ୍ଟାଲ ବ୍ୟାଲଟରେ ଭୋଟ ଦେଇପାରିବେ। ଦିବ୍ୟାଙ୍ଗ ଓ କରୋନା ଆକ୍ରାନ୍ତ ମଧ୍ୟ ପୋଷ୍ଟାଲ ବ୍ୟାଲଟରେ ଭୋଟ ଦେଇପାରିବେ। ତେବେ ଦିବ୍ୟାଙ୍ଗ ବ୍ୟକ୍ତି ଭିନ୍ନକ୍ଷମ ପ୍ରମାଣପତ୍ର ଦେଖାଇଲେ ହିଁ ପୋଷ୍ଟାଲ ବ୍ୟାଲଟରେ ଭୋଟ ଦେଇପାରିବେ। ନିର୍ବାଚନରେ ସମ୍ପୃକ୍ତ କର୍ମଚାରୀଙ୍କୁ କରୋନା ଯୋଦ୍ଧା ଭାବେ ବିବେଚନା କରାଯିବ ଓ ନିର୍ବାଚନରେ ଭାଗ ନେଉଥିବା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ। ସାମାଜିକ ଦୂରତା ଅବଲମ୍ବନ କରାଯିବା ସହ କୋଭିଡ ଗାଇଡଲାଇନ କିଭଳି ଅବଲମ୍ବନ କରାଯିବ ସେଥିପ୍ରତି ଦୃଷ୍ଟି ଦିଆଯିବ। ସୂଚନା ଥାଉ କି ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ହେବ। ଏଥିପାଇଁ ମାର୍ଚ୍ଚ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ରେ ରଖାଯାଇଛି। ମାର୍ଚ୍ଚ ୩୧ରେ ନାମାଙ୍କନଗୁଡ଼ିକ ଯାଞ୍ଚ ହେବ ଓ ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୩ ତାରିଖ ରଖାଯାଇଛି। ମେ’ ୨ ତାରିଖରେ ଭୋଟ ଗଣତି ସହ ଫଳାଫଳ ମଧ୍ୟ ପ୍ରକାଶ ପାଇବ। ସୂଚନାଯୋଗ୍ୟ ଯେ ୨୦୨୦ ଅକ୍ଟୋବର ୪ ତାରିଖରେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ପରେ ପିପିଲିରେ ଉପନିର୍ବାଚନ ହେଉଛି।

Share Now:

Kalinga News Beuro

Next Post

ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଉତ୍ତେଜନା

Wed Mar 17 , 2021
ଭଦ୍ରକ: ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କ ଉତ୍ତେଜନା ଦେଖା ଦେଇଛି। ଯୁକ୍ତତିନ ଦ୍ୱିତୀୟ ବର୍ଷର ସମସ୍ତ ବିଭାଗର ଅଧିକାଂଶ ଛାତ୍ରଛାତ୍ରୀମାନଙ୍କ ସେକେଣ୍ଡ ସେମିଷ୍ଟାର ପରୀକ୍ଷାରେ ବ୍ୟାକ ଲାଗିଥିବା ନେଇ ଉ‌‌ତ୍ତେଜନା ଲାଗିରହିଛି। କଲେଜ ମୁଖ୍ୟ ଫାଟକ ତାଲା ପକାଇ ବିକ୍ଷୋଭ କରୁଛନ୍ତି ଛାତ୍ରଛାତ୍ରୀ। କରୋନା ସମୟରେ ସେକେଣ୍ଡ ସେମିଷ୍ଟାର ପରୀକ୍ଷା ହୋଇ ନଥିବା ବେଳେ କିପରି ବ୍ୟାକ ଲାଗିଲା ତାହାକୁ କେନ୍ଦ୍ର କରି ଅଶାନ୍ତି ଦେଖା ଦେଇଛି। […]
ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଉତ୍ତେଜନା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial