ଆଜି ରାଜ୍ୟରେ ୨୧୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୬ ଓ ୮୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୩ ଜଣ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୩୩୭ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୧୫୧ ଆକ୍ରାନ୍ତ। ଦିନକ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୧ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨୦ଜଣ, ବୌଦ୍ଧରୁ ୨ଜଣ, କଟକରୁ ୨୦ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୨, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୩୩ ଜଣ, କୋରାପୁଟରୁ ୧୦ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୨ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୨୭ ଜଣ ଓ ଷ୍ଟେଟପୁଲରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Share Now:

Kalinga News Beuro

Next Post

ଆସନ୍ତାକାଲି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଭାରତ ବନ୍ଦ

Thu Mar 25 , 2021
ନୂଆଦିଲ୍ଳୀ: ଗତବର୍ଷ କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ଟି କୃଷି ବିଲକୁ ବିରୋଧ କରି କୃଷକମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଆସନ୍ତାକାଲି ଏହି ଆନ୍ଦୋଳନକୁ ୪ ମାସ ପୂରିବାକୁ ଯାଉଥିବା ବେଳେ ଭାରତ ବନ୍ଦର ଡାକରା ଦେଇଛି ସଂଯୁକ୍ତ କିଷାନ ମୋର୍ଚ୍ଚା। ଆସନ୍ତାକାଲି ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳନ କରାଯିବ। ବନ୍ଦ ବେଳେ ପୂରା ଦେଶରେ ସଡ଼କ, ରେଳ ପରିବହନ ସହ ବଜାର ବନ୍ଦ […]
ଭାରତ ବନ୍ଦ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial