ରାଜ୍ୟରେ ନୂଆ ୨୦୮ କରୋନା ପଜିଟିଭ୍ ଚିହ୍ନଟ: ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୬

ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୬୯୧ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୭୩୭ ଜଣ ଆକ୍ରାନ୍ତ। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮, ବରଗଡ଼ରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୨୨, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୩୩, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୩୬, ପୁରୀରୁ ୯, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୫, ଓ ସୁନ୍ଦରଗଡ଼ରୁ ୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Share Now:

Kalinga News Beuro

Next Post

ରାଜ୍ୟରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ବନ୍ଦ ହେବନି ସ୍କୁଲ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

Mon Mar 29 , 2021
ଭୁବନେଶ୍ବର: ରାଜ୍ୟରେ ବନ୍ଦ ହେବନି ସରକାରୀ ସ୍କୁଲ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, କୋଭିଡ୍ ପାଇଁ ରାଜ୍ୟରେ ଏବେ ନବମ ଏବଂ ଏକାଦଶ ଶ୍ରେଣୀର କ୍ଲାସ ବନ୍ଦ ହେବ ନାହିଁ। ଏବେ ରାଜ୍ୟର କେବଳ କିଛି ବେସରକାରୀ ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସରକାରୀ ଶିକ୍ଷାନୁଷ୍ଠାନରେ କିନ୍ତୁ ଏସଓପିକୁ ପାଳନ କରାଯାଇ କ୍ଲାସ ହେଉଛି। ସରକାରୀ ଶିକ୍ଷାନୁଷ୍ଠାନରୁ […]
ନବମ ଓ ଏକାଦଶ ଶ୍ରେଣୀ ପାଇଁ ବନ୍ଦ ହେବନି ସ୍କୁଲ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial