ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା

କାଳବୈଶାଖୀ ଓ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ମୟୁରଭଞ୍ଜ ରହିଛି। ସେହିପରି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା,କନ୍ଧମାଳ,ବୌଦ୍ଧ,କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ରାଜ୍ୟର କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନଗିରି, କରୋପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ୩୦ରୁ ୩୧ ତାରିଖ ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ୧ରୁ ୨ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,ରାୟାଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼,ସମ୍ବଲପୁର, ଅନୁଗୁଳ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅଛି। ସେଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share Now:

Kalinga News Beuro

Next Post

୩ ବର୍ଷର ଶିଶୁ ପୁଅକୁ ଧରି ଟ୍ରେନ ଆଗକୁ ଡେଇଁଲା ମା’

Sat May 29 , 2021
ଭୁବନେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ନୂଆଗାଁ ରେଳ ଷ୍ଟେସନ ନିକଟରେ ଏକ ଦୁଃଖଦ ଘଟଣା ଘଟିଛି। ଆଜି ଅପରାହ୍ନ ସାଢ ଗୋଟାଏ ବେଳେ ଜଣେ ମା’ ନିଜର ୩ ବର୍ଷର ଶିଶୁପୁତ୍ର ସହ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛି। ସଂପୃକ୍ତ ମହିଳା ଜଣକ ନିକଟରେ ଥିବା ଦୁଧହଂସା ଗାଁର ବୋଲି ଜଣାପଡ଼ିଛି। ଜିଆରପି ଉଭୟ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଆତ୍ମହତ୍ୟାର […]
୩ ବର୍ଷର ଶିଶୁ ପୁଅକୁ ଧରି ଟ୍ରେନ ଆଗକୁ ଡେଇଁଲା ମା’

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial