ରାଜଧାନୀରୁ ଚିହ୍ନଟ ହେଲେ ୪୨୪ଜଣ କରୋନା ଆକ୍ରାନ୍ତ

ରାଜଧାନୀରୁ ଚିହ୍ନଟ ହେଲେ ୪୨୪ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୪୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୯୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୩୬୯ଜଣ ଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୩୬୯ଜଣଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରିଛି। ତେବେ ଏଯାବତ ରାଜ୍ୟରେ ୭୯୨୨ଟି କରୋନା ସକ୍ରିୟ ମାମଲା ଥିବା ବେଳେ ୩୫୮ଜଣଙ୍କ ଏଥିରେ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଏଯାବତ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ୮୦୯୦୯ରେ ପହଞ୍ଚିଥିବା ବେଳେ ସୁସ୍ଥ ସଂଖ୍ୟା ୭୨୬୦୮ରେ ପହଞ୍ଚିଛି।

Share Now:

Kalinga News Beuro

Next Post

୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତଙ୍କୁ ମାଗଣାରେ ମିଳିବ ଟୀକା -ପ୍ରଧାନମନ୍ତ୍ରୀ

Mon Jun 7 , 2021
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବଡ ଘୋଷଣା କରିଛନ୍ତି। ସମସ୍ତ ଦେଶବାସୀଙ୍କୁ ମାଗଣାରେ କରୋନା ଟିକା ଦେବାକୁ ମୋଦୀ ଆଜି ଘୋଷଣା କରିଛନ୍ତି। ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇଦେବା ସହ ଜୁନ ୨୧ ତାରିଖ ସୋମବାରଠାରୁ ସମସ୍ତଙ୍କୁ ଏହି ଟିକା ଦିଆଯିବ ବୋଲି ମୋଦୀ ଘୋଷଣା କରିଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ମାଗଣାରେ ଟିକା କେନ୍ଦ୍ର ଯୋଗାଇବ। ଟିକା ପାଇଁ କୌଣସି ରାଜ୍ୟ ସରକାରଙ୍କୁ […]
୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତଙ୍କୁ ମାଗଣାରେ ମିଳିବ ଟୀକା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial