୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତଙ୍କୁ ମାଗଣାରେ ମିଳିବ ଟୀକା -ପ୍ରଧାନମନ୍ତ୍ରୀ

୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତଙ୍କୁ ମାଗଣାରେ ମିଳିବ ଟୀକା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବଡ ଘୋଷଣା କରିଛନ୍ତି। ସମସ୍ତ ଦେଶବାସୀଙ୍କୁ ମାଗଣାରେ କରୋନା ଟିକା ଦେବାକୁ ମୋଦୀ ଆଜି ଘୋଷଣା କରିଛନ୍ତି। ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇଦେବା ସହ ଜୁନ ୨୧ ତାରିଖ ସୋମବାରଠାରୁ ସମସ୍ତଙ୍କୁ ଏହି ଟିକା ଦିଆଯିବ ବୋଲି ମୋଦୀ ଘୋଷଣା କରିଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ମାଗଣାରେ ଟିକା କେନ୍ଦ୍ର ଯୋଗାଇବ। ଟିକା ପାଇଁ କୌଣସି ରାଜ୍ୟ ସରକାରଙ୍କୁ କିଛି ବି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ନାହିଁ। ଉତ୍ପାଦିତ ଟୀକାର ୭୫ ପ୍ରତିଶତ ରାଜ୍ୟମାନଙ୍କୁ କେନ୍ଦ୍ର ଯୋଗାଇବ। ଯେଉଁ ଲୋକମାନେ ଚାହିଁବେ ଟଙ୍କା ଦେଇ ଟିକା ନେଇପାରିବେ। ଟଙ୍କା ଦେଇ ଘରୋଇ ହସପିଟାଲରୁ ଲୋକ ଟିକା ନେଇପାରିବେ। ଘରୋଇ ହସ୍ପିଟାଲ ସର୍ବାଧିକ ୧୫୦ ଟଙ୍କା ହିଁ ସର୍ଭିସ ଚାର୍ଜ ନେଇପାରିବେ। ଘରୋଇ ହସ୍ପିଟାଲର ଟିକାକରଣ ଉପରେ ରାଜ୍ୟ ନଜର ରଖିବ। ମୋଦୀ କହିଛନ୍ତି ଯେ ପୂର୍ବରୁ କେନ୍ଦ୍ର ଦେଉଥିବା ଟୀକାର ୨୫ ପ୍ରତିଶତ ରାଜ୍ୟ ନିଜ ଆବଶ୍ୟକତା ଅନୁସାରେ ଟିକାକରଣ କରୁଥିଲା। ଏବେ କେନ୍ଦ୍ର ସବୁ ଟିକାର ଦାୟିତ୍ୱ ନେଲା। ଏହା ସହ ମୋଦୀ କହିଛନ୍ତି ଯେ ୨ୟ ଲହରରେ ଆମେ ଆମର ସମ୍ପର୍କୀୟଙ୍କୁ ହରାଇଛୁ। ଯେଉଁମାନେ ନିଜ ପରିବାର ପ୍ରିୟଜନଙ୍କୁ ହରାଇଛନ୍ତି ମୁଁ ସେମାନଙ୍କ ସହ ଅଛି। ବିଗତ ଶହେ ବର୍ଷରେ ଏହା ସବୁଠାରୁ ବଡ ମହାମାରୀ। ଆମେ ପୂର୍ବରୁ ଏଭଳି ମହାମାରୀର ସାମ୍ନା କରି ନଥିଲୁ। ଅଦୃଶ୍ୟ ମହାମାରୀ ସହ ଲଢେଇ ପାଇଁ କୋଭିଡ ନିୟମ ବଡ ଅସ୍ତ୍ର। ମାସ୍କ, ସାମାଜିକ ଦୂରତା ସହ ଟିକା ବଡ ବ୍ରହ୍ମାସ୍ତ୍ର। ଆଗରୁ ବିଦେଶରୁ ଭ୍ୟାକ୍ସିନ ଆସିବାକୁ ସମୟ ଲାଗୁଥିଲା। ମାତ୍ର ଏବେ ଆମେ ନିଜେ ନିଜ ଭ୍ୟାକ୍ସିନରେ ପ୍ରାଥମିକ ସ୍ତରରେ କରୋନା ସହ ଲଢୁଛୁ। ଯଦି ଆମେ ଟିକା ଉତ୍ପାଦନ କରିନଥାନ୍ତେ ତେବେ ଏବେ ଟିକାକରଣ ଆରମ୍ଭ ହୋଇନଥାନ୍ତା। ଆମ ଦେଶର ବୈଜ୍ଞାନିକମାନେ ଦେଖାଇ ଦେଲେ ଭାରତ ବି ବଡ ବଡ ଦେଶଠୁ କିଛି କମ ନୁହେଁ। ଆମ ବୈଜ୍ଞାନିକଙ୍କ ଉପରେ ଆମର ବିଶ୍ୱାସ ଥିଲା। ସେହି ବିଶ୍ୱାସ ହିଁ ସିଦ୍ଧିରେ ପରିଣତ ହେଲା।

Share Now:

Kalinga News Beuro

Next Post

ଚିନ୍ତା ବଢାଇଲା ଫାଇଜର -‘ଦି ଲାନସେଟ୍’

Mon Jun 7 , 2021
ଫାଇଜର ନେଇଥିବା ବୟସ୍କଙ୍କୁ ନେବାକୁ ପଡିପାରେ ତୃତୀୟ ଡୋଜ୍ ନୂଆଦିଲ୍ଲୀ: ମେଡିକାଲ ଜର୍ଣ୍ଣାଲ ‘ଦି ଲାନସେଟ’ ରିପୋର୍ଟ ବଢାଇଛି ଚିନ୍ତା। ଏହି ଅନ୍ତର୍ଜାତୀୟ ପତ୍ରିକା କହିଛି ଭାରତରେ ପ୍ରଥମେ ଦେଖାଦେଇଥିବା ଡେଲଟା ଭାରିଆଂଟଠାରୁ ବଞ୍ଚିବା ପାଇଁ ବୟସ୍କ ଲୋକମାନଙ୍କୁ ଟିକାର ତୃତୀୟ ଡୋଜ ନେବାକୁ ପଡିପାରେ। ଲାନସେଟ୍ କେବଳ ଫାଇଜର ଟିକାର ପ୍ରଭାବକୁ ନେଇ ଏହି ଅନୁଧ୍ୟାନ କରିଛି। ରିପୋର୍ଟ ଅନୁସାରେ, ଡେଲଟା ଭାରିଆଂଟ ଦ୍ୱାରା ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କଠାରେ […]
ଚିନ୍ତା ବଢାଇଲା ଫାଇଜର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial