ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ : ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ

୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ। ୧୪ ଯାଏଁ ପ୍ରବଳ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ। ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼, ସୋନପୁର, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୯ ଜିଲ୍ଲା ପାଇଁ କେନ୍ଦ୍ର ରେଡ୍‌ ୱାର୍ଣ୍ଣିଂ ଜାରି କରିଛି। ଏହାବ୍ୟତୀତ ଆସନ୍ତାକାଲି ଗଞ୍ଜାମ, କଟକ, ଅନୁଗୁଳ, ସମ୍ବଲପୁର, ବରଗଡ଼, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧୨ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ‌ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୧୩ ଓ ୧୪ ତାରିଖ ଦିନ ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାକୁ ନେଇ ୱାର୍ଣ୍ଣିଂ ଜାରି ହୋଇଛି। ସମ୍ଭାବ୍ୟ ପ୍ରବଳ ବର୍ଷା ଯୋଗୁଁ କିଛି କିଛି ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବା ସହ କଚ୍ଚା ଓ ମାଟି ଘର ଭାଙ୍ଗିଯିବା, ଭୂସ୍ଖଳନ, ଫସଲ ଓ ପନିପରିବା ଚାଷ ଆଦି ବିପର୍ଯ୍ୟସ୍ତ ହେବାର ଆଶଙ୍କା ରହିଛି। ଏଣୁ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ଏସ୍‌ଆର୍‌ସି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଏହି ସମୟରେ ପବନର ବେ‌ଗ ୪୦ରୁ ୫୦କିମି ରହିବ ଓ ମଝିରେ ମଝିରେ ୬୦ କିମି ପବନର ଝଟ୍‌କା ଅନୁଭୂତ ହେବ। ଏଣୁ ମତ୍ସଜୀବୀମାନଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Share Now:

Kalinga News Beuro

Next Post

ରାଜ୍ୟରେ କମୁଛି ସଂକ୍ରମଣ ହାର : ସ୍ଥିତି ଦେଖି ହେବ ଅନ୍‌ଲକ୍

Fri Jun 11 , 2021
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କମୁଛି କରୋନା ସଂକ୍ରମଣ। ଏନେଇ ସୂଚନା ଦେଇଛନ୍ତି ଡିଏମଇଟି ସିବିକେ ମହାନ୍ତି। ସେ ଆଜି ଏକ ପ୍ରେସ ବିବୃତ୍ତିରେ କହିଛନ୍ତି ଯେ, ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ହେବାର ଦେଖାଯାଉଛି। ଏବେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ସହ ଆଗକୁ ମୃତ୍ୟୁ ସଂଖ୍ୟା ବି କମିବ ବୋଲି ସେ କହିଛନ୍ତି। ପୂର୍ବରୁ ଗୁରୁତର ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ମୃତ୍ୟୁ ସଂଖ୍ୟା […]
ରାଜ୍ୟରେ କମୁଛି ସଂକ୍ରମଣ ହାର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial