ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ରହିଛି। ଉକ୍ତ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ୨୭ରୁ ୨୮ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୩୦ରୁ ଜୁଲାଇ ୧ ତାରିଖ ମଧ୍ୟରେ ଅନେକ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏତଦ ବ୍ୟତୀତ ୧ରୁ ୨ ତାରିଖ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

Share Now:

Kalinga News Beuro

Next Post

ପୂର୍ବତନ କୁଳପତିଙ୍କୁ ନୃଶଂସ ହତ୍ୟା : ମାତ୍ର ୧୦୦ ଟଙ୍କା ପାଇଁ ଚାଲିଗଲା ଜୀବନ

Sun Jun 27 , 2021
ଝାରସୁଗୁଡ଼ା : ପୂର୍ବତନ କୁଳପତିଙ୍କୁ ହତ୍ୟା। ମାତ୍ର ୧୦୦ ଟଙ୍କା ପାଇଁ ଚାଲିଗଲା ଜୀବନ। ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଧ୍ରୁବରାଜ ନାୟକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। କେହି ଜଣେ ଦୁର୍ବୃତ୍ତ ପ୍ରଫେସର ଧ୍ରୁବରାଜ ନାୟକଙ୍କ କୁଅରମାଲ ସ୍ଥିତ ବାସଭବନରେ ଥିବାବେଳେ ଆକ୍ରମଣ କରିଥିଲା। ଆକ୍ରମଣ ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଝାରସୁଗୁଡା ସମଲେଶ୍ଵରୀ ନର୍ସିଂ ହୋମରେ ଭର୍ତ୍ତି କରାଯାଇଥିଲା। ତେବେ ମେଡିକାଲରେ ଧ୍ରୁବରାଜଙ୍କୁ ମୃତ […]
ପୂର୍ବତନ କୁଳପତିଙ୍କୁ ନୃଶଂସ ହତ୍ୟା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial