ଓଡ଼ିଶାରେ ୩୪୦୮ ନୂଆ କରୋନା ଆକ୍ରାନ୍ତ : ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ଟପିଲା

ଓଡ଼ିଶାରେ ୩୪୦୮ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୬୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ ଜଣ ଓ କଟକରୁ ୫୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ଟପିଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୩ ଜଣ, ବାଲେଶ୍ୱରରୁ ୨୫୧ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୧୬୯ ଜଣ, ବଲାଙ୍ଗୀରରୁ ୨୨ ଜଣ, ବୌଦ୍ଧରୁ ୨୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୭୩ ଜଣ, ଗଜପତିରୁ ୧୪ ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୧୦୩ ଜଣ, ଯାଜପୁରରୁ ୨୫୮ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୧୧୦ ଜଣ, କେନ୍ଦୁଝରରୁ ୭୦ ଜଣ, କୋରାପୁଟରୁ ୭୬ ଜଣ, ମାଲକାନଗିରିରୁ ୭୩ ଜଣ, ମୟୁରଭଞ୍ଜରୁ ୧୫୮ ଜଣ, ନବରଙ୍ଗପୁରରୁ ୪୩ ଜଣ, ନୟାଗଡ଼ରୁ ୧୬୦ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୨୧୫ ଜଣ, ରାୟଗଡ଼ାରୁ ୭୭ ଜଣ, ସମ୍ୱଲପୁରରୁ ୨୮ ଜଣ, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୩୭ ଓ ଷ୍ଟେଟ ପୁଲରୁ ୯୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତବର୍ଷଠାରୁ ଆଜି ସୁଦ୍ଧା ରାଜ୍ୟରେ ୯,୦୦,୪୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮୬୩୮୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୨୭୦୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଗତ ୨୪ ଘଣ୍ଟାରେ ୩୬୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Share Now:

Kalinga News Beuro

Next Post

ବିରୋଧୀ ଦଳ ଆସନରେ ବସିବେ ମୁକୁଲ ରାୟ

Mon Jun 28 , 2021
କୋଲକାତା: ବିଜେପି ଛାଡି ତୃଣମୂଳ କଂଗ୍ରେସକୁ ଫେରିବା ସତ୍ୱେ ମୁକୁଲ ରାୟ ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀଙ୍କ ଆସନରେ ବସିବେ। ବିଜେପି ଛାଡିବା ପରେ ମଧ୍ୟ ସେ ଆସନ ବଦଳାଇବା ପାଇଁ କୌଣସି ଆବେଦନ କରିନାହାଁନ୍ତି, ଫଳସ୍ୱରୂପ ତାଙ୍କୁ ବିରୋଧୀ ଦଳର ଆସନ ବଣ୍ଟନ କରାଯାଇଛି। ରାଜନୈତିକ ବିଶ୍ଳେଷକମାନେ କହିଛନ୍ତି ଯେ ଦଳ ବିରୋଧୀ ଆଇନରୁ ବଞ୍ଚିବା ପାଇଁ ମୁକୁଲ ଏହି ରଣନୀତି ଆପଣେଇଛନ୍ତି। ସୂଚନାଯୋଗ୍ୟ, ମୁକୁଲ ପ୍ରଥମ ଥର ପାଇଁ […]
ବିରୋଧୀ ଦଳ ଆସନରେ ବସିବେ ମୁକୁଲ ରାୟ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial