ଆଜି ରାଜ୍ୟରେ ୨,୮୦୩ ଜଣ କରୋନା ପଜିଟିଭ ଚିହ୍ନଟ : ଖୋର୍ଦ୍ଧାରୁ ସର୍ବାଧିକ ୪୭୫

ରାଜ୍ୟରେ ୨,୮୦୩ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୯୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୦୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୭୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୭ଜଣ, ବାଲେଶ୍ୱରରୁ ୧୫୫ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୧୩୧ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧରୁ ୨୧ଜଣ, କଟକରୁ ୪୪୧ଜଣ, ଦେବଗଡ଼ରୁ ୯ଜଣ, ଢେଙ୍କାନାଳରୁ ୬୭ଜଣ, ଗଜପତିରୁ ୧୦ ଜଣ, ଗଞ୍ଜାମରୁ ୨୦ ଜଣ, ଜଗତସିଂହପୁରରୁ ୧୧୭ ଜଣ, ଯାଜପୁରରୁ ୧୫୩ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧୫ଜଣ, କନ୍ଧମାଳରୁ ୨୦ ଜଣ, କେନ୍ଦ୍ରାପଡ଼ାରୁ ୧୧୯ଜଣ, କେଉଁଝରରୁ ୬୪ଜଣ, ଖୋର୍ଦ୍ଧାରୁ ୪୭୫ ଜଣ, କୋରାପୁଟରୁ ୬୫ଜଣ, ମାଲକାନଗିରିରୁ ୫୫ଜଣ, ମୟୁରଭଞ୍ଜରୁ ୧୯୩ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୧୧୫ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୫୪ଜଣ, ରାୟଗଡ଼ାରୁ ୫୪ଜଣ, ସମ୍ୱଲପୁରରୁ ୩୨ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟ ପୁଲରୁ ୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୨୪,୬୯୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୯୦,୭୭୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୯, ୬୨୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ଭଉଣୀକୁ ହତ୍ୟା ଘଟଣାରେ ଅଭିଯୁକ୍ତ ଭାଇ ସମେତ ତିନି ଗିରଫ

Mon Jul 5 , 2021
ବଅଁରପାଳ: ବଅଁରପାଳ ଥାନା ଅନ୍ତର୍ଗତ ଲଙ୍ଗୁଳିଆବେଡ଼ା ଗ୍ରାମରେ ଘର ସମ୍ପତ୍ତିରେ ଭାଗକୁ ନେଇ ଭଉଣୀକୁ ହତ୍ୟା ଘଟଣାରେ ପୁଲିସ ଅଭିଯୁକ୍ତ ଭାଇ ସମେତ ତିନି ଜଣଙ୍କୁ ଗିରଫ କରିଛି। ବଅଁରପାଳ ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ, ଲଙ୍ଗୁଳିଆବେଡ଼ା ଗ୍ରାମର ଊର୍ମିଳା ବିଶ୍ଵାଳ (୪୦) ଓ ଭାଇ ହରିଶ ଚନ୍ଦ୍ର ବିଶ୍ଵାଳଙ୍କ ମଧ୍ୟରେ ଘର ସମ୍ପତ୍ତିର ଭାଗକୁ ନେଇ ଅଧିକାଂଶ ସମୟରେ ଝଗଡ଼ା ହେଉଥିଲା। ଗତ ମାସ ୨୮ ତାରିଖ ଦିନ […]
ଭଉଣୀକୁ ହତ୍ୟା ଘଟଣାରେ ଭାଇ ସମେତ ତିନି ଗିରଫ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial