ଲଘୁଚାପ ପ୍ରଭାବରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୯ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି

ଲଘୁଚାପ ପ୍ରଭାବରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତକାଲି ସୃଷ୍ଚି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଆହୁରି ଘନୀଭୂତ ହୋଇ ଏକ ଓ୍ବେଲମାର୍କଡ୍ ବା ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର କିଛି ଅଂଶ ଏବେ ସମୁଦ୍ରରେ ଓ ଆଉ କିଛି ଅଂଶ ଓଡ଼ିଶା, ପଶ୍ଚିମବଙ୍ଗ ଓ ଛତିଶଗଡ଼ ଉପରେ ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ରାଜସ୍ଥାନ ଆଡ଼କୁ ଗତି କରିବ। ଭାରତୀୟ ପାଣିପାଗ ବିଭାଗର ବୁଲେଟିନ ମୁତାବକ ଏହି ଲଘୁଚାପ ପ୍ରଭାବରେ ଆଜିଠାରୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଓଡ଼ିଶାର ୯ଟି ଜିଲ୍ଲା ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୋନପୁର, କେନ୍ଦୁଝର, ସମ୍ବଲପୁର, ବରଗଡ଼,ବଲାଙ୍ଗୀର, ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ଏ ସବୁ ଜିଲ୍ଲା ଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟରକୁ ବୃଦ୍ଧି ପାଇପାରେ। ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବିଭାଗ ପକ୍ଷରୁ ସତର୍କ କରାଇଦିଆଯାଇଛି।

Share Now:

Kalinga News Beuro

Next Post

କବାଡ଼ିଆକୁ ‘ମୋ ସାଇକେଲ୍‌’ ବିକ୍ରି ପ୍ରସଙ୍ଗ: କାହିଁକି ସତ ଲୁଚାଉଛନ୍ତି କର୍ତ୍ତୃପକ୍ଷ ?

Fri Jul 23 , 2021
ଭୁବନେଶ୍ବର : ରାଜଧାନୀ ରାସ୍ତାରୁ ଶହଶହ ‘ମୋ ସାଇକେଲ୍‌’ ଉଠାଇ ନେଇ କବାଡ଼ିଆକୁ ବିକିଦେଲେ। କବାଡ଼ିଆ ସାଇକେଲ୍‌ କାଟି ଲୁହା ଦରରେ ବିକି ଦେଲା। ହେଲେ କାର୍ଯ୍ୟାନୁଷ୍ଠାନ ନେବାକୁ ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ କର୍ତ୍ତୃପକ୍ଷ ଓ କମିସନରେଟ୍ ପୁଲିସ ଡରୁଛନ୍ତି। ଏପରିକି ବିଏସ୍‌ସିଏଲ୍‌ ଓ କମିସନରେଟ୍ ପୁଲିସର କଥାରେ ତାଳମେଳ ରହୁ ନଥିବାବେଳେ ବାବୁମାନେ ଗଣମାଧ୍ୟମକୁ କେବଳ ମିଛ କହିବାରେ ଲାଗିଛନ୍ତି। ଆଶ୍ଚର୍ଯ୍ୟର ବିଷୟ ହେଲା, ମୋ ସାଇକେଲ୍‌ […]
‘ମୋ ସାଇକେଲ୍‌’ ବିକ୍ରି ପ୍ରସଙ୍ଗ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial