ରାଜ୍ୟରେ ମୌସୁମୀ ସକ୍ରିୟ : ଅଗଷ୍ଟ ୧ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଅଗଷ୍ଟ ୧ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ବର : ଦୁଇଦିନ ତଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ପଶ୍ଚିମବଙ୍ଗର ଗାଙ୍ଗେୟ ଅଞ୍ଚଳ ଓ ଝାଡ଼ଖଣ୍ଡ ଉପରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ବିହାର ଓ ଦକ୍ଷିଣ ଉତ୍ତରପ୍ରଦେଶ ଛୁଇଁବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ରିପୋର୍ଟ ଅନୁସାରେ ଏହି ଲଘୁଚାପ ପ୍ରଭାବରୁ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ଗତ କାଲିଠାରୁ ବର୍ଷା ଲାଗି ରହିଛି ଓ ସୁନ୍ଦରଗଡ଼,କେନ୍ଦୁଝର, କନ୍ଧମାଳ ଓ ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ସୁନ୍ଦରଗଡ଼ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବରଗଡ଼,ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ମୟୁରଭଞ୍ଜ,ସୋନପୁର, ନୂଆପଡ଼ା ଓ ବଲାଙ୍ଗୀରର ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଙ୍ଗ ବା ହଳଦିଆ ସତର୍କତା ଜାରି କରାଯାଇଛି। ଜୁଲାଇ ୩୧ରୁ ଅଗଷ୍ଟ ୧ ସୁଦ୍ଧା ପଶ୍ଚିମ-ଓଡ଼ିଶାର ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି।

Share Now:

Kalinga News Beuro

Next Post

ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ

Fri Jul 30 , 2021
ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀର ୨ୟ ଲହରକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗୁ କଟକଣାକୁ ଆଉ ଏକ ମାସ ପାଇଁ ବଢାଇ ଦିଆଯାଇଛି। ପୂର୍ବରୁ ଜାରି କଟକଣା ଜୁଲାଇ ୩୧ରେ ସମାପ୍ତ ହେଉଥିବାବେଳେ ତାହାକୁ ଆସନ୍ତା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଶୁକ୍ରବାର ବେସାମରିକ ବିମାନଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଜାରି ସର୍କୁଲାର ଅନୁସାରେ ଭାରତରୁ ଚଳାଚଳ କରୁଥିବା ଅନ୍ତର୍ଜାତୀୟ ବିମାନ ଚଳାଚଳ […]
ବନ୍ଦ ରହିବ ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial