ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀର ୨ୟ ଲହରକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗୁ କଟକଣାକୁ ଆଉ ଏକ ମାସ ପାଇଁ ବଢାଇ ଦିଆଯାଇଛି। ପୂର୍ବରୁ ଜାରି କଟକଣା ଜୁଲାଇ ୩୧ରେ ସମାପ୍ତ ହେଉଥିବାବେଳେ ତାହାକୁ ଆସନ୍ତା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଶୁକ୍ରବାର ବେସାମରିକ ବିମାନଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଜାରି ସର୍କୁଲାର ଅନୁସାରେ ଭାରତରୁ ଚଳାଚଳ କରୁଥିବା ଅନ୍ତର୍ଜାତୀୟ ବିମାନ ଚଳାଚଳ ଅଗଷ୍ଟ ୩୧ ରାତି ୧୧ଟା ୫୯ ମିନିଟ୍ ପର୍ଯ୍ୟନ୍ତ ବନ୍ଦ ରହିବ। ତେବେ କେତେକ ସ୍ବତନ୍ତ୍ର କ୍ଷେତ୍ରରେ ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ଅନୁମତି ଦିଆଯାଇପାରିବ। ଦେଶରେ କରୋନା ସଂକ୍ରମଣ ବ୍ୟାପିବା ପରେ ଗତ ବର୍ଷ ମାର୍ଚ୍ଚ ୨୩ରୁ ଭାରତରୁ ଅନ୍ତର୍ଜାତୀୟ ସିଡ୍ୟୁଲଡ୍ ବିମାନ ଚଳାଚଳ ବନ୍ଦ ରହିଛି। ତେବେ ୨୦୨୦ ମେ ମାସଠାରୁ ବନ୍ଦେ ଭାରତ ମିଶନ ଅଧିନରେ କେତେକ ବିମାନ ଚଳାଚଳ ହେଉଛି ଓ ୨୦୨୦ ଜୁଲାଇ ମାସଠାରୁ ଏୟାର ବବଲ ମାଧ୍ୟମରେ କେତେକ ଦେଶ ସହ ସ୍ବତନ୍ତ୍ର ବିମାନ ଚଳାଚଳ ଜାରି ରହିଛି। ସେସବୁ ଦେଶମାନଙ୍କ ମଧ୍ୟରେ ଅଛନ୍ତି ବାଂଲାଦେଶ, ଆଫଗାନିସ୍ତାନ, ଆମେରିକା, ଫ୍ରାନ୍ସ, ଜର୍ମାନି, ଇରାକ, ମାଳଦ୍ବୀପ, ନେପାଳ, ଭୁଟାନ, ଜାପାନ, ୟୁଏଇ, କାତାର,ନେଦରଲାଣ୍ଡସ ଇତ୍ୟାଦି।
ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ
Share Now: