ଆସନ୍ତା ଦୁଇଦିନ ରାଜ୍ୟରେ ପାଗ ଶୁଖିଲା ରହିବ

ରାଜ୍ୟରେ ୨ ଦିନ ପାଗ ଶୁଖିଲା

ଭୁବନେଶ୍ବର : ରାଜ୍ୟରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ବର୍ଷାର ବିଶେଷ ସମ୍ଭାବନା ନାହିଁ। କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ତେବେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଓଡ଼ିଶା ସଂଲଗ୍ନ ଅଞ୍ଚଳର ବାୟୁମଣ୍ଡଳର ଉପରି ଭାଗରେ ବାୟୁ ପ୍ରଭାବ‌ର ଯେଉଁ ସ୍ଥିତି ରହୁଛି, ତାହା ପ୍ରଭାବରେ ଆସନ୍ତା ୪ ଓ ୫ ତାରିଖ ଆଡ଼କୁ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୪ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେଓଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ସେହିଭଳି ୫ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଦୁଇ ଦିନ ପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share Now:

Kalinga News Beuro

Next Post

ରେଙ୍ଗାଳି ଡ୍ୟାମ୍‌ରୁ ବୁଧବାର ନିଷ୍କାସିତ ହେବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ

Tue Aug 3 , 2021
ରେଙ୍ଗାଳି: ଉପର ମୁଣ୍ଡରେ ବର୍ଷା ଯୋଗୁଁ ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ରେ ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରରୁ ବୁଧବାର ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ରେଙ୍ଗାଳି ଡ୍ୟାମର ନିର୍ବାହୀ ଯନ୍ତ୍ରୀ ଅଜିତ ଜେନାଙ୍କ ସୂଚନା ଅନୁଯାୟୀ ରେଙ୍ଗାଳି ଡ୍ୟାମ୍‌ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୧୨୩.୫୦ ମିଟର। ଆଜି ଅପରାହ୍ନ ୪ଟା ସୁଦ୍ଧା […]
ରେଙ୍ଗାଳି ଡ୍ୟାମ୍‌

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial