୨୪ ଘଣ୍ଟାରେ ଓଡ଼ିଶାରେ ୧୨୪୩ କରୋନା ସଂକ୍ରମିତ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯

୨୪ ଘଣ୍ଟାରେ ୧୨୪୩

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୩ ଜଣ, ବାଲେଶ୍ୱରରୁ ୪୯ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୬ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୧୭୭ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୨୯ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୮୮ ଜଣ, ଯାଜପୁରରୁ ୫୦ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୩୨ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୩୯୯ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୩୫ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୫୬ ଜଣ, ନୂଆପଡ଼ାରୁ ୨, ପୁରୀରୁ ୬୯ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୧୪ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୭, ୦୭୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୮, ୪୫୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨, ୧୨୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ଉଦ୍‌ଯାପିତ ହେଲା ଟୋକିଓ ଅଲିମ୍ପିକ୍ସ

Mon Aug 9 , 2021
ଟୋକିଓ : ‘ମୁଁ ଘୋଷଣା କରୁଛି ୩୨ତମ ଅଲିମ୍ପିକ୍ ଉଦ୍‌ଯାପିତ ହେଲା। ପରମ୍ପରାକୁ ଆଗକୁ ନେଇ ୩ ବର୍ଷ ପରେ ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ରେ ୩୩ତମ ଅଲିମ୍ପିକରେ ଏକାଠି ହେବାକୁ ବିଶ୍ବର ସମସ୍ତ ଯୁବ ସମ୍ପ୍ରଦାୟକୁ ନିମନ୍ତ୍ରଣ କରୁଛି’। ଏଭଳି ଦୁଇଟି ବାକ୍ୟ କହି ଅନ୍ତର୍ଜାତୀୟ ଅଲିମ୍ପିକ୍ ସମିତି (ଆଇଓସି)ର ସଭାପତି ତଥା ୧୯୭୬ ଅଲିମ୍ପିକ୍ସର ଅସିଚାଳନା ବିଜେତା ଥମାସ୍ ବାକ୍‌ ଟୋକିଓ ୨୦୨୦କୁ ଉଦ୍‌ଯାପିତ କରିଛନ୍ତି। କୋଭିଡ୍‌ ମହାମାରୀର […]
ବିଷମ ଅଲିମ୍ପିକ୍ସ ଉଦ୍‌ଯାପିତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial