ଭୁବନେଶ୍ବରରୁ ଗତ ୨୪ ଘଣ୍ଟାରେ ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୪୦୦ଭିତରେ ରହିଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୪ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୫ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୦୬୦୭୯ଜଣ ଚିହ୍ନଟ ହୋଇଥିବା ବେଳେ ୧୦୧୭୧୧ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୩୩୫୭ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୯୯୦ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

Share Now:

Kalinga News Beuro

Next Post

କାବୁଲ ବିମାନବନ୍ଦରରେ ଆତ୍ମଘାତୀ ବୋମା ବିସ୍ଫୋରଣ : ୩ ଆମେରିକୀୟ ସୈନ୍ୟ ଆହତ

Thu Aug 26 , 2021
କାବୁଲ : କାବୁଲର ହାମିଦ କାର୍ଜାଇ ଅନ୍ତର୍ଜାତୀୟ ବିମାନ ବନ୍ଦରର ଆବେ ଗେଟ୍ ନିକଟରେ ଆଜି ସଂଧ୍ୟାରେ ଦୁଇଟି ବଡ଼ ଧରଣର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ତେବେ ଏହି ବିସ୍ଫୋରଣରେ କେତେ ଜଣ ମୃତାହତ ହୋଇଛନ୍ତି ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଏହି ବିସ୍ଫୋରଣ ସମ୍ପର୍କରେ ପେଣ୍ଟାଗନ ମୁଖପାତ୍ର ଜନ କର୍ବି ଟ୍ବିଟ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ ମୃତାହତଙ୍କ ସମ୍ପର୍କରେ ସବିଶେଷ ତଥ୍ୟ […]
ଆତ୍ମଘାତୀ ବୋମା ବିସ୍ଫୋରଣ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial