ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ପ୍ରମୋଦ ଭଗତ

ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ନବୀନ

ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସରେ ଓଡ଼ିଶା ସମେତ ସାରା ଦେଶ ପାଇଁ ଗୌରବ ଆଣିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପ୍ରମୋଦ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଗ୍ରେଟ ବ୍ରିଟେନର ଡାନିଏଲ ବେଥେଲଙ୍କୁ ହରାଇ ସ୍ବର୍ଣ୍ଣ ଜିତିଛନ୍ତି। ଡାନିଏଲଙ୍କୁ ସେ ସିଧାସଳଖ ୨୧-୧୪, ୨୧-୧୭ ସେଟରେ ପରାସ୍ତ କରିଛନ୍ତି। ବିଶ୍ବର ନଂ୧ ମାନ୍ୟତା ପ୍ରାପ୍ତ ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ସେମିଫାଇନାଲରେ ଜାପାନର ଡାଇସୁକେ ଫୁଜିହାରାଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଥିଲେ। ପ୍ରମୋଦ ଏବେ ପାରା ବ୍ୟାଡମିଣ୍ଟନରେ ଉଭୟ ବିଶ୍ବ ଓ ଏସୀୟ ଚାମ୍ପିଅନ ଅଛନ୍ତି।
ମାତ୍ର ୫ ବର୍ଷ ବୟସରେ ପୋଲିଓ ଆକ୍ରାନ୍ତ ହୋଇଥିବା ପ୍ରମୋଦଙ୍କ ନାମରେ ମୋଟ ୪୫ଟି ଅନ୍ତର୍ଜାତୀୟ ମେଡାଲ ରହିଛନ୍ତି। ସେ ମୋଟ ୪ଟି ବିଶ୍ବ ଚାମ୍ପିଅନସିପ ଓ ୨୦୧୮ ଏସୀୟ ପାରା ଗେମ୍ସରେ ସ୍ବର୍ଣ୍ଣ ଓ ବ୍ରୋଞ୍ଜ ଜିତିଥିଲେ।
ପ୍ରମୋଦଙ୍କ ଏହି ସଫଳତା ପାଇଁ ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି। ଏକ ଟୁଇଟ କରି ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି ଯେ ପ୍ରମୋଦ ସାରା ଦେଶବାସୀଙ୍କ ହୃଦୟ ଜିତିଛନ୍ତି। ସେ ଜଣେ ଚାମ୍ପିଅନ, ତାଙ୍କ ସଫଳତା କୋଟି କୋଟି ଭାରତୀୟଙ୍କୁ ଅନୁପ୍ରାଣିତ କରିବ। ସେ ଉଲ୍ଲେଖନୀୟ ଅଧ୍ୟବସାୟ ଓ ନିଷ୍ଠାର ପ୍ରଦର୍ଶନ କରିଛନ୍ତି। ସ୍ବର୍ଣ୍ଣ ଜିତିଥିବାରୁ ତାଙ୍କୁ ଅଭିନନ୍ଦନ। ତାଙ୍କର ଆଗାମୀ ପ୍ରତିଯୋଗିତାଗୁଡ଼ିକ ପାଇଁ ତାଙ୍କୁ ଶୁଭେଚ୍ଛା। ଟୁଇଟ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି ” ସ୍ବର୍ଣ୍ଣିମ ମୁହୂର୍ତ୍ତ ! ଟୋକିଓ୨୦୨୦ ପାରା ବ୍ୟାଡମିଣ୍ଟନରେ ଦେଶର ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା। ତୁମ ସଫଳତା ସାରା ଦେଶକୁ ଗୌରବାନ୍ବିତ କରିଛି। ଆଗାମୀ ଦିନରେ ତୁମର ଆହୁରି ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି।” ଧର୍ମେନ୍ଦ୍ର ଲେଖିଛନ୍ତି ଯେ, ପ୍ରମୋଦ ଭଗତ ଦେଶର ଜଣେ ଶ୍ରେଷ୍ଠ ପାରା ସଟଲର। ପାରା ଅଲିମ୍ପିକ୍ସରେ ତାଙ୍କ ସଫଳତା ଓଡ଼ିଶା ସମେତ ସମଗ୍ର ଦେଶବାସୀଙ୍କ ପାଇଁ ଆନନ୍ଦ ଆଣିଦେଇଛି। ଭାରତ ପାଇଁ ଆଉ ଏକ ଗୌରବ ଆଣିଥିବାରୁ ଅଭିନନ୍ଦନ।

Share Now:

Kalinga News Beuro

Next Post

ସେପ୍ଟେଟର ୩୦ରେ କରୋନା କଟକଣା ସହ ପିପିଲି ଉପନିର୍ବାଚନ ହେବ: ମୁଖ୍ୟ ନିର୍ବାଚନ ଅଧିକାରୀ

Sat Sep 4 , 2021
ଭୁବନେଶ୍ୱର: ପିପିଲି ଉପନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଳ କୁମାର ଲୋହାନୀ ଆଜି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। କରୋନା କଟକଣା ମାନି ନିର୍ବାଚନରେ ସମସ୍ତ କାମ କରାଯିବ। ରୋଡ଼ ସୋ’, ସାଇକେଲ ରାଲି, ବାଇକ ରାଲିକୁ ବାରଣ ହୋଇଛି। ସେହିଭଳି ଦ୍ୱାରକୁ ଦ୍ୱାର ନିର୍ବାଚନ କ୍ୟାମ୍ପେନରେ ପ୍ରାର୍ଥୀଙ୍କ ସହ ମାତ୍ର ୫ ଜଣ କର୍ମୀ ମତଦାତାଙ୍କ ପାଖକୁ ଯାଇପାରିବେ। ତେବେ ସବୁଠାରୁ ବଡ କଥା ହେଉଛି ମତଦାନର […]
ପିପିଲି ଉପନିର୍ବାଚନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial