୧୮ରେ ଉତ୍ତରରେ ଓ ୧୯ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର : ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବା ଦେଖିବାକୁ ମିଳୁଛି। ଅନ୍ୟପଟେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ମାଆଁମାର ଉପକୂଳ ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତାରେ ରହିଛି। ଏହା ଧୀରେଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୧୮ ତାରିଖ ଆଡ଼କୁ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ୧୮ ତାରିଖ ଦିନ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ରର ସୂଚନା ଅନୁଯାୟୀ, ୧୯ ତାରିଖ ଆଡ଼କୁ ରାଜ୍ୟ‌ରେ ବର୍ଷାର ବିସ୍ତୃତି ବଢ଼ିବ। ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ନେଇ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ଦିନ ବି ଏହି ଘୂର୍ଣ୍ଣିବଳୟର ପ୍ରଭାବ ରହିବ। ଏଣୁ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ସମ୍ବଲପୁର ଆଦିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Share Now:

Kalinga News Beuro

Next Post

ଲଘୁଚାପର ରୂପ ନେବନି ଘୂର୍ଣ୍ଣିବଳୟ

Sat Sep 18 , 2021
ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ରହିଥିବା‌ ଘୂର୍ଣ୍ଣିବଳୟ ଏବେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଶନିବାର ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ଅଧିକ […]
ଲଘୁଚାପର ରୂପ ନେବନି ଘୂର୍ଣ୍ଣିବଳୟ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial