ରାଜ୍ୟରେ ୭୫ ଶିଶୁ ଓ କିଶୋରଙ୍କ ସମେତ ୪୪୩ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୪୪୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୪ ଜଣ, ଭଦ୍ରକରୁ ୫ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୨୭ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଖୋର୍ଦ୍ଧାରୁ ୨୪୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୧ ହଜାର ୭୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୯୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ମହାକାଶରେ ପ୍ରଥମ ଚଳଚ୍ଚିତ୍ର ସୁଟିଙ୍ଗ୍‌ କଲେ ରୁଷୀୟ ଟିମ୍‌

Sun Oct 17 , 2021
ମସ୍କୋ: ପ୍ରଥମ ଥର ପାଇଁ ମହାକାଶରେ ଏକ ଚଳଚ୍ଚିତ୍ରର କେତୋଟି ଦୃଶ୍ୟାବଳୀ ସୁଟିଙ୍ଗ୍‌ ଶେଷ କରି ଥିବା ଜଣେ ରୁଷୀୟ ଅଭିନେତ୍ରୀ ଏବଂ ନିର୍ଦ୍ଦେଶକ ଗତରାତି ୧୨.୩୫ରେ ପୃଥିବୀକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଯଦି ଏହି ପ୍ରକଳ୍ପ ଅଗ୍ରଗତି କରେ, ତେବେ ଏହି ରୁଷୀୟ ଚଳଚ୍ଚିତ୍ର ଟିମ୍‌ ଗତବର୍ଷ ହଲିଉଡ୍‌ ଘୋଷଣା କରିଥିବା ପ୍ରକଳ୍ପକୁ ପ୍ରତିହତ କରିବ। ‘ମିସନ୍‌ ଇମ୍ପସିବଲ୍‌’ର ଅଭିନେତା ଟମ୍‌ କ୍ରୁଜ୍‌, ‘ନାସା’ ଏବଂ ‘ଏଲନ୍‌ ମସ୍କ୍‌’ର ‘ସ୍ପେସ୍‌ଏକ୍ସ’କୁ […]
ମହାକାଶରେ ପ୍ରଥମ ଚଳଚ୍ଚିତ୍ର ସୁଟିଙ୍ଗ୍‌

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial