ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭ ଜଣ ଶିଶୁ ଓ କିଶୋର ସମେତ ୫୫୬ କରୋନା ସଂକ୍ରମିତ

୨୪ ଘଣ୍ଟାରେ ୮୭ ଜଣ ଶିଶୁ ଓ କିଶୋର ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୦ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୪୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୩୦୫ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧୫ ଜଣ, ପୁରୀରୁ ୧୨ ଜଣ, ସମ୍ୱଲପୁରରୁ ୧୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୯୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୨ ହଜାର ୭୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୮୪୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ଆଜି ଦେଶବ୍ୟାପୀ ପୁଣି ବଢ଼ିଲା ଇନ୍ଧନ ମୂଲ୍ୟ : ଭୁବନେଶ୍ୱରରେ ୧୦୭ ଟଙ୍କା ଟପିଲା ପେଟ୍ରୋଲ୍‌ ଦର

Wed Oct 20 , 2021
ନୂଆଦିଲ୍ଲୀ: ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ଅଶୋଧିତ ତୈଳ ଦର ବୃଦ୍ଧିପାଇବା କାରରରୁ ଆଜି ଇନ୍ଧନ ଦର ପୁନଶ୍ଚ ବୃଦ୍ଧି ପାଇ ରେକର୍ଡସ୍ତରରେ ପହଞ୍ଚିଛି। ଆଜି ଜାତୀୟ ରାଜଧାନୀ ଅଞ୍ଚଳ ଦିଲ୍ଲୀରେ ପେଟ୍ରୋଲ୍‌ ଏବଂ ଡିଜେଲ୍‌ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇ ଯଥାକ୍ରମେ ଟ.୧୦୬.୧୯ ଏବଂ ଟ. ୯୪.୯୨ ହୋଇଥିବା କଥା ‘ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେସନ୍‌’ କହିଛି। ସେହି ଅନୁସାରେ, ଆଜି ଭୁବନେଶ୍ୱରରେ ପେଟ୍ରୋଲ୍‌ ଦର ୧୦୭ ଟପିଯାଇଛି। ‘ହାଇେଓ୍ଵ […]
ଭୁବନେଶ୍ୱରରେ ୧୦୭ ଟଙ୍କା ଟପିଲା ପେଟ୍ରୋଲ୍‌

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial