ଆଜି ରାଜ୍ୟରେ ୨୭୬ କରୋନା ପଜିଟିଭ୍ ଚିହ୍ନଟ : ୫୫ ଜଣ ଶିଶୁ ଓ କିଶୋର ସଂକ୍ରମିତ

କରୋନା ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୪ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୮ ଜଣ, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, ଖୋର୍ଦ୍ଧାରୁ ୧୩୮ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୩ ହଜାର ୭୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୨ ହଜାର ୧୪୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୧୩୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ପଞ୍ଚାୟତ ନିର୍ବାଚନ ପାଇଁ ଡିସେମ୍ବର ୧୪ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା : ରାଜ୍ୟ ନିର୍ବାଚନ ଆୟୋଗ

Mon Nov 8 , 2021
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଡିସେମ୍ବର ୧୪ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ। ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢ଼ିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ […]
ପଞ୍ଚାୟତ ନିର୍ବାଚନ-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial