ବିଗିଡ଼ିଲା ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ବାସ୍ଥ୍ୟାବସ୍ଥା : ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ପଦ୍ମଶ୍ରୀ ନନ୍ଦ ସାର

ଯାଜପୁର : ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ଗୁରୁ ନନ୍ଦ କିଶୋର ପୁଷ୍ଟି ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଚିନ୍ତାଜନକ ଥିବା ଡାକ୍ତରମାନେ ସୂଚନା ଦେଇଛନ୍ତି। ରବିବାର ନନ୍ଦ ପୃଷ୍ଟିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ସୋମବାରଦିନ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶ୍ରୀ ପୃଷ୍ଟିଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ନନ୍ଦ ସାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ସେତେଟା ଭଲ ନାହିଁ। ବର୍ତ୍ତମାନ ସମସ୍ତ ପରୀକ୍ଷା ଚାଲୁଅଛି ଯଦି କୌଣସି ଉନ୍ନତି ନ ଘଟେ ତେବେ ଅଧିକ ଚିକିତ୍ସା ପାଇଁ ଉପରିସ୍ଥ ଚିକିତ୍ସା କେନ୍ଦ୍ରକୁ ପଠାଇ ଦିଆଯିବ। ଶତାୟୁ ଶିକ୍ଷକ ନନ୍ଦ ସାର ଚଳିତ ମାସ ୨ୟ ସପ୍ତାହରେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ସେ ରାଷ୍ଟ୍ରପତିଙ୍କୁ ଆଶିର୍ବାଦ କରିବା ଦୃଶ୍ୟ ସବୁଆଡ଼େ ଚର୍ଚ୍ଚାର ବିଷୟ ପାଲଟିଥିଲା।

Share Now:

Kalinga News Beuro

Next Post

୫ ଘଣ୍ଟା ଚାଲିବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ବାଚସ୍ପତି

Mon Nov 29 , 2021
ଭୁବନେଶ୍ବର: ସର୍ବଦଳୀୟ ବୈଠକ ପରେ ବିଧାନସଭା କାର୍ଯ୍ୟସୂଚୀ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୧ ତାରିଖରୁ ୩୧ ତାରିଖ ଯାଏଁ ଚାଳିବ ବିଧାନସଭାର ଶୀତକାଳୀନ ଅଧିବେଶନ। ୨୬ ଦିନ ଧରି ଚାଲିବ ବିଧାନସଭାର ଶୀତକାଳୀନ ଅଧିବେଶନ। ବିଧାନସଭା ପୂର୍ବାହ୍ନ ୧୦ଟା ୩୦ରୁ ଆରମ୍ଭ ହୋଇ ୧ଟା ୩୦ଯାଏଁ ବସିବ ଏବଂ ଅପରାହ୍ନ ୪ଟା ରୁ ୬ଟା ଯାଏଁ ଚାଲିବ। ଏପରି ପ୍ରତିଦିନ […]
ବିଧାନସଭା ଶୀତ ଅଧିବେଶନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial