ଦୁର୍ବଳ ହେଉଛି ବାତ୍ୟା ଜୱାଦ୍ : ଓଡ଼ିଶା ଉପରୁ ବିପଦ ଟଳିଲା

ବାତ୍ୟା ଜଓ୍ବାଦ୍

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଜୱାଦ୍ ଧୀରେ ଧୀରେ ଦୁର୍ବଳ ହେବା ଆରମ୍ଭ କରିଛି। ଆଜି ଅପରାହ୍ନ ସାଢେ ୨ଟା ବେଳେ ଏହା ବିଶାଖାପାଟଣାଠାରୁ ୨୦୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ତଥା ଗୋପାଳପୁରଠାରୁ ୩୧୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଥିଲା। ଆଜି ରାତି ସୁଦ୍ଧା ବାତ୍ୟା ଦୁର୍ବଳ ହେବା ସହ ଏକ ଡିପ୍ ଡିପ୍ରେସନରେ ପରିଣତ ହେବ ଓ ଉତ୍ତର ଦିଗରେ ଗତି କରିବ। ଏହା ଆସନ୍ତା କାଲି ଅର୍ଥାତ ରବିବାର ମଧ୍ୟାହ୍ନ ସୁଦ୍ଧା ପୁରୀ ନିକଟବର୍ତ୍ତୀ ହେବ କିନ୍ତୁ ଏହା ଲାଣ୍ଡଫଲ ନ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ମଧ୍ୟ ଟ୍ୱିଟ କରି ସୂଚନା ଦେଇଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ଓଡ଼ିଶାରେ ବାତ୍ୟା ଲାଣ୍ଡଫଲ କରିବାର ସମ୍ଭାବନା ନାହିଁ। ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ବି ସମାନ ପୂର୍ବାନୁମାନ କରିଛି ଯେ ବାତ୍ୟା ଓଡ଼ିଶାରେ ଲାଣ୍ଡଫଲ୍ ହୋଇନପାରେ। ଏକ ଡିପଡିପ୍ରେସନ ରୂପରେ ଏହା ପଶ୍ଚିମବଙ୍ଗ ଆଡ଼କୁ ଗତି କରି ଧୀରେ ଧୀରେ ଦୂର୍ବଳ ହୋଇଯିବ। ତେବେ ବାତ୍ୟା ଦୁର୍ବଳ ହୋଇଗଲେ ବି ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି।

Share Now:

Kalinga News Beuro

Next Post

ଆଜି ଓଡ଼ିଶାରେ କରୋନାରୁ ସୁସ୍ଥ ହେଲେ ୨୫୭ ଆକ୍ରାନ୍ତ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬

Sat Dec 4 , 2021
ଭୁବନେଶ୍ୱର: ରାଜ୍ୟରେ ଆଜି ୨୫୭ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୪୬୧ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ମୟୁରଭଞ୍ଜ ଜିଲ୍ଲାରୁ ୧୫ ଜଣ […]
ସୁସ୍ଥ ହେଲେ ୨୫୭ ଆକ୍ରାନ୍ତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial