ଆଜି ଓଡ଼ିଶାରେ କରୋନାରୁ ସୁସ୍ଥ ହେଲେ ୨୫୭ ଆକ୍ରାନ୍ତ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬

ସୁସ୍ଥ ହେଲେ ୨୫୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୫୭ ଜଣ ଆକ୍ରାନ୍ତ କରୋନା ଭାଇରସ୍‌ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୬ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୪୬୧ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ମୟୁରଭଞ୍ଜ ଜିଲ୍ଲାରୁ ୧୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। କଟକରୁ ୧୦, ଯାଜପୁରରୁ ୯, କେନ୍ଦୁଝର, ସୁନ୍ଦରଗଡ଼ରୁ ୮ ଜଣ ଲେଖାଏଁ, ନୟାଗଡ଼ରୁ ୬, ପୁରୀରୁ ୫, ବରଗଡ଼, ଭଦ୍ରକ, ଝାରସୁଗୁଡ଼ାରୁ ୩-୩, ଗଞ୍ଜାମ , କେନ୍ଦ୍ରାପଡ଼ାରୁ ୨-୨, ଦେବଗଡ଼, ଜଗତସିଂହପୁର, ମାଲକାନଗିରିରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୩୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।

Share Now:

Kalinga News Beuro

Next Post

ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର : ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତରିତ

Sat Dec 4 , 2021
ଯାଜପୁର: ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ନନ୍ଦ କିଶୋର ପୃଷ୍ଟିକୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବରସ୍ଥିତ ସମ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗତ ୩୦ ତାରିଖରେ ସେ ଅସୁସ୍ଥ ହେବା ପରେ ତାଙ୍କୁ ପ୍ରଥମେ ଯାଜପୁର ରୋଡ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କୋଭିଡ ପଜିଟିଭ୍ ଚିହ୍ନଟ ହେବା ପରେ ଟାଟା କୋଭିଡ୍‌ ହସ୍ପିଟାଲ, କଳିଙ୍ଗନଗରରେ ଭର୍ତ୍ତି କରାଯାଇଥିଲା। ବୟସାଧିକ୍ୟ କାରଣ ଓ ସ୍ୱାସ୍ଥ୍ୟଗତ ଜଟିଳତା ପାଇଁ ଉନ୍ନତ ଚିକିତ୍ସା ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନ […]
ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial