ରାଜ୍ୟର ଖଲ୍ଲିକୋଟରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ

ଖଲ୍ଲିକୋଟରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ

ଭୁବନେଶ୍ୱର: ଜୱାଦ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ରାଜ୍ୟର ଖଲ୍ଲିକୋଟରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ନୟାଗଡ଼ରେ ୧୦୭.୫, ଛତ୍ରପୁରରେ ୮୬.୬ ଓ ଭୁବନେଶ୍ୱରରେ ୪୨.୩ ମିମି, ଖୋର୍ଦ୍ଧାର ବାଣପୁରରେ ୮୧, ଗଞ୍ଜାମର ପୋଲସରାରେ ୭୧.୮, ଜଗତସିଂହପୁରରେ ୬୮ ଓ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୬୫ ମିମି ବର୍ଷା ହୋଇଥିବା ଜଣାଯାଇଛି। ବର୍ତ୍ତମାନ ଗଭୀର ଅବପାତ ରହିଛି, ଦୁର୍ବଳ ହୋଇ ଅବପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜୱାଦ ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଏବେ ବି ବର୍ଷା ଜାରି ରହିଛି। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି। କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି।
ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି। ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଆଜି ସକାଳୁ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି। କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି। ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି। ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି।

Share Now:

Kalinga News Beuro

Next Post

ଜାତୀୟ ହାର ତୁଳନାରେ ରାଜ୍ୟରେ କୋଭିଡ ସଂକ୍ରମଣ ସ୍ଥିତି ଭଲ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

Sun Dec 5 , 2021
ଭୁବନେଶ୍ୱର: ଓଡ଼ିଶାରେ କୋଭିଡ ଟେଷ୍ଟିଙ୍ଗ ଠିକ ଭାବରେ ହେଉନାହିଁ ବୋଲି ରାଜ୍ୟକୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଚିଠି ପ୍ରସଙ୍ଗରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜାତୀୟ ହାର ତୁଳନାରେ ରାଜ୍ୟରେ କୋଭିଡ ସଂକ୍ରମଣ ସ୍ଥିତି ଭଲ ଅଛି। ସନ୍ଦିଗ୍ଧ ସଂକ୍ରମିତଙ୍କ ଟ୍ରାକିଙ୍ଗ ନିୟମିତ ଚାଲୁ ରହିଛି। ରାଜ୍ୟରେ ଟେଷ୍ଟିଙ୍ଗ ଧାର୍ଯ୍ୟ ଲକ୍ଷ୍ୟ ଅନୁଯାୟୀ ହେଉଛି, ବର୍ଷା କାରଣରୁ କିଛି ପରିମାଣରେ କମିଛି। […]
ରାଜ୍ୟରେ କୋଭିଡ ସଂକ୍ରମଣ ସ୍ଥିତି ଭଲ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial