ରାଜଧାନୀର ପୁଣି ଦୁଇଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍

ରାଜଧାନୀର ପୁଣି ଦୁଇଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ରାଜଧାନୀର ପୁଣି ଦୁଇଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଆଜି ଭୁବନେଶ୍ୱର ମହାନଗର ନିଗମର ଝାରପଡ଼ା ଅଞ୍ଚଳରେ ଦୁଇଟି କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମସି। ମିଳିଥିବା ସୂଚନା ଅନୁଯାୟୀ, ଝାରପଡ଼ାର ଜଗନ୍ନାଥ ଆଭେନ୍ୟୁ ଓ ବାଲାଜୀ କଂପ୍ଲେକ୍ସକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଏହି ଅଞ୍ଚଳରୁ କୌଣସି ଲୋକ ବାହାରକୁ ଯାଇପାରିବେ ନାହିଁ କିମ୍ବା ବାହାରୁ ମଧ୍ୟ କେହି ପ୍ରବେଶ କରିପାରିବେ ନାହିଁ ବୋଲି ବିଏମସି କଟକଣା ଜାରି କରିଛି। ଏହି ଅଞ୍ଚଳରେ ସମ୍ପୃକ୍ତ ୱାର୍ଡ ଅଫିସର୍ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଓ ସ୍ବାସ୍ଥ୍ୟସେବା ବ୍ୟବସ୍ଥା କରିବେ। ସୂଚନାଯୋଗ୍ୟ, ଗୁରୁବାର ଦିନ ରାଜଧାନୀର ୯ଟି ଜାଗାରେ ବିଏମସି କଣ୍ଟେନମେଣ୍ଟ ଜୋନ୍ କରିଥିବା ବେଳେ ଶୁକ୍ରବାର ୧୧ଟି ଜାଗାରେ କଣ୍ଟେନମେଣ୍ଟ ଜୋନ୍ କରାଯାଇଥିବା ବେଳେ ଶନିବାର ଦିନ ୧୦ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ କରାଯାଇଥିଲା। ଏହା ରାଜଧାନୀବାସୀଙ୍କର ଚିନ୍ତା ବଢ଼ାଇ ଦେଇଛି।

Share Now:

Kalinga News Beuro

Next Post

କରୋନା ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

Sun Jan 9 , 2022
ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବଢ଼ୁଥିବା କରୋନା ସଂକ୍ରମଣ ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ସଭା ଅନୁଷ୍ଠିତ ହେଉଛି। ଏହି ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କ ବ୍ୟତୀତ ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭ୍ୟ, କ୍ୟାବିନେଟ ସଚିବ ରାଜୀବ ଗାବା, ଗୃହ ସଚିବ ଅଜୟ ଭଲ୍ଲା, ସ୍ୱାସ୍ଥ୍ୟ ସଚିବ ରାଜେଶ […]
କରୋନା ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial