ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ତେବେ କଳାହାଣ୍ଡି, ବରଗଡ଼, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଜାନୁଆରି ୧୨ ତାରିଖ ମଧ୍ୟରେ ନୂଆପଡ଼ା, ଝାରସୁଗୁଡ଼ା,ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତ ଆଶଙ୍କା ରହିଛି। ସେହିପରି ଜାନୁଆରି ୧୨ରୁ ୧୩ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ରହିଛି। ଏଥିସହିତ ଜାନୁଆରି ୧୩ରୁ ୧୪ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜାନୁଆରି ୧୬ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଅନୁମାନ କରାଯାଇଛି।

Share Now:

Kalinga News Beuro

Next Post

କୋଣାର୍କରେ ଗଡ଼ିଲା ପ୍ରଥମ ସୂର୍ଯ୍ୟ ରଥ : ୨୭ଦିନ ପର୍ଯ୍ୟନ୍ତ ଚନ୍ଦ୍ରଭାଗାରେ ରହିବ ରଥ

Wed Jan 12 , 2022
ପୁରୀ: କୋଣାର୍କ ଅବଧୁତ ମଠରୁ ଆଜି ଗଡ଼ିଲା ପ୍ରଥମ ସୂର୍ଯ୍ୟରଥ। ଏହି ରଥ ସୂର୍ଯ୍ୟ ମନ୍ଦିର ଦେଇ ଚନ୍ଦ୍ରଭାଗାରେ ପହଞ୍ଚିଛି। ଏହା ୨୭ଦିନ ଧରି ମାଘ ସପ୍ତମୀ ପର୍ଯ୍ୟନ୍ତ ସେଠାରେ ରହିବ। ଏହା ସହ ଶାମ୍ବ ଦଶମୀ ଅବସରରେ କୋଣାର୍କ ସୂର୍ଯ୍ୟମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ମନ୍ଦିରରେ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି। କରୋନା କଟକଣା ପାଇଁ ଚନ୍ଦ୍ରଭାଗା ରାମଚଣ୍ଡିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି। […]
ଗଡ଼ିଲା ପ୍ରଥମ ସୂର୍ଯ୍ୟ ରଥ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial