୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

୯ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୫ ତାରିଖ ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଓଡିଶାର ବାକି ଜିଲ୍ଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Share Now:

Kalinga News Beuro

Next Post

ତ୍ରିପୁରା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିପ୍ଲବ କୁମାର ଦେବ

Sat May 14 , 2022
ଅଗରତଲା: ଇସ୍ତଫା ଦେଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ। ଆଜି ସେ ଇସ୍ତଫା ଦେଇଥିବା ବେଳେ ତାଙ୍କ ଇସ୍ତଫା ପତ୍ର ରାଜ୍ୟପାଳ ଏସ.ଏନ୍ ଆର୍ଯ୍ୟଙ୍କ ନିକଟରେ ଦାଖଲ କରିଛନ୍ତି। ନ୍ୟୁଜ୍ ଏଜେନ୍ସି ପିଟିଆଇ ଏହି ସୂଚନା ଦେଇଛି। ତେବେ କେଉଁ କାରଣରୁ ସେ ଇସ୍ତଫା ଦେଇଛନ୍ତି, ତାହା ପ୍ରଥମେ ଜଣା ପଡିନଥିବା ବେଳେ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଗଣମାଧ୍ୟମକୁ କହିଛନ୍ତି ଯେ, ଦଳର ନିଷ୍ପତ୍ତି […]
ଇସ୍ତଫା ଦେଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial