ରାଜ୍ୟର ୧୩ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ରାଜ୍ୟର ୧୩ ଜିଲ୍ଲାରେ କାଳବୈଶାଖୀ-1

କଟକ ବାରବାଟୀରେ ବର୍ଷା ସମ୍ଭାବନା କମ

ଭୁବନେଶ୍ୱର: ସଂପ୍ରତି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ତେବେ, ଆଜି କଟକ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ଖେଳା ଯିବାକୁ ଥିବାବେଳେ ଏଠାରେ ବର୍ଷାର ସମ୍ଭାବନା କମ ରହିଛି। ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୩ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୩ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟର କୋରାପୁଟ, ମାଲକାନଗିରି, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ଗଜପତି, ଗଞ୍ଜାମ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ଧରଣର ବର୍ଷା ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ। ଅନ୍ୟପକ୍ଷରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ, ଏହାପରେ ତାପମାତ୍ରାରେ ୩ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ହ୍ରାସ ଘଟିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Share Now:

Kalinga News Beuro

Next Post

ଉଜୁଡ଼ିବାକୁ ବସିଛି ବୁଦ୍ଧ ଜୟନ୍ତୀ ପାର୍କ : ରଙ୍ଗିନ୍ ମାଛରେ ଘା, ଶୌଚାଳୟ ଶୋଚନୀୟ

Sun Jun 12 , 2022
ଚନ୍ଦ୍ରଶେଖରପୁର: ରାଜଧାନୀର ପାର୍କଗୁଡ଼ିକ ମଧ୍ୟରୁ ଚନ୍ଦ୍ରଶେଖରପୁର ଶୈଳଶ୍ରୀବିହାରସ୍ଥିତ ବୁଦ୍ଧ ଜୟନ୍ତୀ ପାର୍କ ଅନ୍ୟତମ। ସୌନ୍ଦର୍ଯ୍ୟ ଦୃଷ୍ଟିରୁ ଏହି ପାର୍କ ସ୍ବତନ୍ତ୍ର ହୋଇଥିବାରୁ ସବୁବେଳେ ସ୍ଥାନୀୟ ଲୋକଙ୍କ ସହ ରାଜଧାନୀର ଅନ୍ୟ ଅଞ୍ଚଳର ଲୋକେ ଏଠାକୁ ଆକର୍ଷିତ ହୋଇଥାଆନ୍ତି। କିନ୍ତୁ ଆଜି ଏହି ପାର୍କ ଉଜୁଡ଼ିବାକୁ ବସିଛି। ବିଗତ ଦିନର ଚମକ ନାହିଁ। ରଙ୍ଗିନ୍‌ ୱାଟର୍‌ ଫାଉଣ୍ଟେନ୍‌ ଅବସ୍ଥା ଖରାପ ହୋଇଗଲାଣି। ରଙ୍ଗିନ୍‌ ମାଛଙ୍କ ଦେହରେ ଘା’ ହୋଇଗଲାଣି। ଦୁଇ ଦୁଇଟି […]
ଉଜୁଡ଼ିବାକୁ ବସିଛି ବୁଦ୍ଧ ଜୟନ୍ତୀ ପାର୍କ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial