ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।ଏହି ନୂତନ ପଦବୀ ଗୁଡ଼ିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର (ଡବ୍ଲୁଟି)-୧, ସବ୍‌ଇନିସ୍‌ପେକ୍ଟର (ଡବ୍ଲୁଟି)-୨, ହାବିଲଦାର (ଡବ୍ଲୁଟି)-୪, କନେଷ୍ଟବଳ(ଡବ୍ଲୁଟି)-୧୩, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧। ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ। ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟସୋର୍‌ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ସିଂ ପଦବୀ ସୃଷ୍ଟି କରାଯାଇଛି।

Share Now:

Kalinga News Beuro

Next Post

‘ଏନ୍‌ଡିଏ’ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା କଲେ କେନ୍ଦ୍ର ସରକାର

Wed Jun 22 , 2022
ନୂଆଦିଲ୍ଲୀ: ‘ଏନ୍‌ଡିଏ’ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆଜି କେନ୍ଦ୍ର ସରକାର ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରିଥିବାରୁ ତାଙ୍କ ନିରାପତ୍ତା ନିମନ୍ତେ ‘ସିଆର୍‌ପିଏଫ୍‌’ କମାଣ୍ଡୋ ମୁତୟନ କରାଯିବ ବୋଲି ସରକାରୀ ଅଧିକାରୀମାନେ କହିଛନ୍ତି। ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ହେଉଛି କେନ୍ଦ୍ର ସରକାର ଯୋଗାଇ ଦେଉଥିବା ସୁରକ୍ଷା ମଧ୍ୟରେ ଦ୍ବିତୀୟ ସର୍ବୋଚ୍ଚସ୍ତରର ସୁରକ୍ଷା ବ୍ୟବସ୍ଥା। ଆଜି ସକାଳୁ ସଶସ୍ତ୍ର କମାଣ୍ଡୋମାନେ ୬୪ ବ‌ର୍ଷୀୟ ମୁର୍ମୁଙ୍କ ସୁରକ୍ଷା ଦାୟିତ୍ବରେ […]
ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial