ରାଜ୍ୟରେ ଆଜି ଚିହ୍ନଟ ହେଲେ ୨୪୫ କରୋନା ପଜିଟିଭ୍

କରୋନାଭାଇରସ୍‌

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି କମିଛି। ଗତ ୭ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୨୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୩୮ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୫, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୩ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟପୁଲରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୦, ୭୮୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୦, ୧୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ଅସରାଏ ବର୍ଷାରେ ବେହାଲ ସ୍ମାର୍ଟ ସିଟି : ରାସ୍ତାଘାଟରେ ଲହଡ଼ି ଭାଙ୍ଗିଲା ପାଣି, ଜନଜୀବନ ବାଧାପ୍ରାପ୍ତ

Mon Jul 4 , 2022
ବର୍ଷା ପରେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କଲେ ବିଏମସି କମିଶନର ଭୁବନେଶ୍ବର: ଲଘୁଚାପ ଜନିତ ବର୍ଷାରେ ବେହାଲ ହୋଇଛି ସ୍ପାର୍ଟସିଟି ଭୁବନେଶ୍ବରର ଅବସ୍ଥା। ଆଜି ମଧ୍ୟାହ୍ନ ୧ଟାରୁ ସାଢ଼େଦୁଇଟା ପର୍ଯ୍ୟନ୍ତ ବର୍ଷାରେ ରାଜଧାନୀର ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇପଡ଼ିଛି। ବଡ଼ ଅସରାଏ ବର୍ଷାରେ ଆଜି ଉବୁଟୁବୁ ହୋଇଯାଇଛି ସ୍ମାର୍ଟସିଟି। ରାସ୍ତାରେ ବର୍ଷାପାଣି ଲହଡ଼ି ମାରିବା ଦେଖିବାକୁ ମିଳିଛି। ଇସ୍କନ୍ ମନ୍ଦିର ସାମ୍ନା, ରସୁଲଗଡ଼ ହାଟ ଓ ଏସପ୍ଲାନେଡ୍ ମଲ୍ ସାମ୍ନା, […]
ଅସରାଏ ବର୍ଷାରେ ଉବୁଟୁବୁ ଭୁବନେଶ୍ୱର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial