ରାଜ୍ୟରେ ନୂଆ ୫୭୨ ଜଣ କରୋନା ପଜିଟିଭ ଚିହ୍ନଟ : ଚିନ୍ତା ବଢ଼ାଇଲା ସମ୍ବଲପୁର ଓ ସୁନ୍ଦରଗଡ଼

ରାଜ୍ୟରେ ନୂଆ ୫୭୨ ଜଣ କରୋନା ପଜିଟିଭ

ଭୁବନେଶ୍ବର: ଚିନ୍ତା ବଢ଼ାଇଲାଣି ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ। କାରଣ ଆଜି ଆକସ୍ମିକ ଭାବେ ଏଦୁଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ବି ୫୦୦ ଉପରେ ରହିଛି। ଗତ ୧୩ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୩୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୬୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୫୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୪ ଜଣ, ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୬୮ ଜଣ, ଦେବଗଡ଼ରରୁ ୨ ଜଣ, ଗଜପତିରୁ ୮ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୯, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୪୧ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୬୩ ଜଣ ଓ ଷ୍ଟେଟପୁଲରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୪, ୦୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୧, ୫୩୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୩୬୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ଆଜି ନୀଳାଦ୍ରି ବିଜେ: ଗୋଟି ପହଣ୍ଡିରେ ରତ୍ନବେଦୀକୁ ବିଜେ କରୁଛନ୍ତି ତିନି ଠାକୁର

Tue Jul 12 , 2022
ପୁରୀ: ପବିତ୍ର ନୀଳାଦ୍ରି ବିଜେ ଅବସରରେ ଶ୍ରୀଜିଉମାନେ ରତ୍ନବେଦୀକୁ ବିରାଜମାନ କରୁଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ରତ୍ନବେଦୀକୁ ଫେରୁଛନ୍ତି। ୯ ଦିନିଆ ରଥଯାତ୍ରା ଶେଷ କରି ମହାପ୍ରଭୁ ଆଜି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଫେରୁଛନ୍ତି। ଏଥି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ପ୍ରଥମେ ମଦନମୋହନ ଓ ପରେ ରାମକୃଷ୍ଣଙ୍କୁ ରତ୍ନସିଂହାସନରେ ବିରାଜମାନ କରାଯିବା ପରେ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଯାଇଛି। ତାଳଧ୍ବଜ […]
ନୀଳାଦ୍ରି ବିଜେ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial