ଆଜି ୮୦୦ ଟପିଲା ରାଜ୍ୟରେ ଦୈନିକ ସଂକ୍ରମଣ : ୭୧ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ଦିନକରେ କରୋନା

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି। ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ବର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୧୯ ଜଣ, ଗଜପତିରୁ ୫ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୨୮ ଜଣ, ନୟାଗଡ଼ ଜିଲ୍ଲାରୁ ୧୭ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୩୦ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟପୁଲରୁ ୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୬, ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୨, ୬୯୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୨୬୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ବିଜେପିର ନୂଆ ‘ମାଷ୍ଟରଷ୍ଟ୍ରୋକ୍‌’ : ସିନ୍ଦେ କ୍ୟାବିନେଟରେ ସାମିଲ ହେବେ କି ରାଜ ଠାକରେଙ୍କ ପୁଅ ଅମିତ?

Fri Jul 15 , 2022
ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ବିଜେପି ଆଉ ଗୋଟିଏ ‘ମାଷ୍ଟରଷ୍ଟ୍ରୋକ୍‌’ ଖେଳିବା ପ୍ରୟାସରେ ରହିଛି। ଏକଦା ବାଲାସାହେବ ଠାକ୍‌ରେଙ୍କ ଏକାନ୍ତ ଅନୁଗତ ରହିଥିବା ତାଙ୍କ ପୁତୁରା ରାଜ ଠାକରେଙ୍କ ପୁଅ ଅମିତ ଠାକରେଙ୍କୁ ମହାରାଷ୍ଟ୍ରର ସିନ୍ଦେ କ୍ୟାବିନେଟରେ ଅନ୍ତର୍ଭୁକ୍ତ କରିବାକୁ ବିଜେପି ପ୍ରସ୍ତାବ ଦେଇଛି। କାରଣ, ରାଜ୍‌ ଠାକରେଙ୍କ ପୁଅ ଅମିତ ଯଦି ସିନ୍ଦେ କ୍ୟାବିନେଟରେ ସାମିଲ ହୁଅନ୍ତି ସିନ୍ଦେ- ଫଡ଼ନାବୀସ ଯୋଡ଼ି ଶକ୍ତିଶାଳୀ ହେବା ସହ ଉଦ୍ଧବ- ଆଦିତ୍ୟ ଯୋଡ଼ିଙ୍କୁ […]
ବିଜେପିର ନୂଆ ‘ମାଷ୍ଟରଷ୍ଟ୍ରୋକ୍‌’

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial