ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ସଂକ୍ରମିତ : ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ

୨୪ ଘଣ୍ଟା ମଧ୍ୟରେ ୧୦୬୫

ଭୁବନେଶ୍ବର: ଗତକାଲି ଭଳି ଆଜି ବି ହଜାରେ ଉପରେ ରହିଛି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ। ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୩୫ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୧ ଜଣ, ଯାଜପୁରରୁ ୨୧ ଜଣ, ଝାରସୁଗୁଡ଼ାରୁ ୧୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୫୨ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୪୪ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ବଲପୁରରୁ ୫୮ ଜଣ, ସୋନପୁରରୁ ୩୧ ଜଣ, ସୁନ୍ଦରଗଡ଼ରୁ ୧୧୧ ଜଣ ଓ ଷ୍ଟେଟପୁଲରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୮, ୨୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୩, ୬୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share Now:

Kalinga News Beuro

Next Post

ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ବନ୍ୟା ପାଣି : ଜୁଲାଇ ୧୮ରେ ୫ଟି ଗେଟ୍‌ ଦେଇ ହେବ ଜଳ ନିଷ୍କାସନ

Sat Jul 16 , 2022
ସମ୍ବଲପୁର: ଉପର ମୁଣ୍ଡରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ପାଣି ପ୍ରବେଶ କରୁଛି। ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ଜୁଲାଇ ୧୮ ତାରିଖରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ। ହୀରାକୁଦ ଜଳଭଣ୍ଡାରରୁ ପୂର୍ବାହ୍ନ ୧୧ଟାରେ ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯିବ। ମହାନଦୀ ଅବବାହିକା ମୁଖ୍ୟ ଯନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଯନ୍ତ୍ରୀ କହିଛନ୍ତି ଯେ, ଜଳଭଣ୍ଡାରର […]
ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ବନ୍ୟା ପାଣି
Social media & sharing icons powered by UltimatelySocial