ମୌସୁମୀ ବର୍ଷା ଗାଏବ,ବଢ଼ିବ ଦିନର ତାପମାତ୍ରା : ୧୨ ଜିଲ୍ଲାକୁ ରହିଛି କାଳବୈଶାଖୀ ସମ୍ଭାବନା

ମୌସୁମୀ ବର୍ଷା ଗାଏବ

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ଏ ପରିସ୍ଥିତିରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଆସନ୍ତା ୩ ଦିନ ମଧ୍ୟରେ ଦିନବେଳା ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ଅଧିକ ହେବାର ସମ୍ଭାବନା ରହିଛି। ବିଶେଷ କରି ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଦିନର ତାପାମାତ୍ରା ବୃଦ୍ଧି ସହ ଗୁଳୁଗୁଳି ଅସହ୍ୟ ହେବ। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୩୦ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୨ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ ପରଠାରୁ ବିଳମ୍ବିତ ରାତି ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Share Now:

Kalinga News Beuro

Next Post

ଶିଶୁ ଅପପୁଷ୍ଟି ଶିକାର ଘଟଣା : ଶିଶୁଭବନରେ ଭର୍ତ୍ତି କରିବାକୁ ନିର୍ଦ୍ଦେଶ

Fri Jul 29 , 2022
କଟକ: ନୂଆବଜାର ନେହରୁ ପଲ୍ଲୀରେ ଅପପୁଷ୍ଟିର ଶିକାର ହୋଇଥିବା ୩ ଶିଶୁଙ୍କ ଘଟଣା ସହରରେ ଚର୍ଚ୍ଚା ସୃଷ୍ଟି କରିଛି। ଉଦ୍ଧାର ହୋଇଥିବା ସାନ ଝିଅକୁ ଶିଶୁଭବନରେ ଭର୍ତ୍ତି କରିବାକୁ ବସୁନ୍ଧରାକୁ ନିର୍ଦ୍ଦେଶ ଦିଆଯାଇଛି। ୬ ମାସର ସାନ ଝିଅ ପୂଜା ଏବେ ବସୁନ୍ଧରାରେ ଥିବା ସ୍ପେଶାଲ ଆଡପସନ୍ ୟୁନିଟରେ ରହିଛି। ତେବେ ତା’ର ସ୍ବାସ୍ଥ୍ୟ ଅବସ୍ଥା ଶୋଚନୀୟ ହୋଇପଡ଼ିଥିବାରୁ ଶିଶୁଭବନରେ ଥିବା ଅପପୁଷ୍ଟି ଶିଶୁ ରୋଗୀଙ୍କ ସ୍ବତନ୍ତ୍ର ୟୁନିଟରେ ଭର୍ତ୍ତି […]
ଶିଶୁ ଅପପୁଷ୍ଟି ଶିକାର ଘଟଣା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial