୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ : ୧୧ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ବର : ଶୁକ୍ରବାରଦିନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସୁଦ୍ଧା ଆହୁରି ଘନୀଭୂତ ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରୁ ରାଜ୍ୟରେ ଗତ କିଛି ଦିନ ହେଲା ନିଷ୍କ୍ରିୟ ହୋଇଯାଇଥିବା ମୌସୁମୀ ପୁଣି ସକ୍ରିୟ ହେବା ଆରମ୍ଭ କରିଛି। ଏହି ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ତେବେ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗୀର, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ କୋରାପୁଟ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୯ ତାରିଖ ବେଳକୁ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବି ବର୍ଷା ବଢିବାର ସମ୍ଭାବନା ରହିଛି। ଏଥିପାଇଁ କେତେକ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଢେଙ୍କାନାଳ, କୋରାପୁଟ, ମାଲକାନଗିରି, କନ୍ଧମାଳ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Share Now:

Kalinga News Beuro

Next Post

ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରପାତ : କକା-ପୁତୁରା ଓ ଅବସରପ୍ରାପ୍ତ ପୋଷ୍ଟମାଷ୍ଟର ମୃତ, ୫ ଜଣ ଗୁରୁତର

Sat Aug 6 , 2022
ବରପାଲି : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍ନରେ ବଜ୍ରପାତ ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ୫ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ‌ହେଲେ ବୃହସ୍ଵତୀ ଦୀପ (୫୫), ଅବଧୂତ ଦୀପ (୩୬) ଓ ଅଚ୍ୟୁତ ରହନା (୬୫)। ବୃହସ୍ପତୀ ଓ ଅବଧୂତ ସଂପର୍କରେ କକା-ପୁତୁରା ଥିବା ବେଳେ ଅଚ୍ୟୁତ ୧୦ ବର୍ଷ ହେବ ପୋଷ୍ଟ ମାଷ୍ଟର ଭାବେ ଚାକିରିରୁ ଅବସର ନେଇଥିଲେ। ସୂଚନା […]
ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରପାତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial