ପ୍ରକାଶ ପାଇଲା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ : କଳାରେ ୮୨.୧୦ ପ୍ରତିଶତ ପିଲା ପାସ୍‌

ପ୍ରକାଶ ପାଇଲା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। କଳାରେ ୮୨.୧୦ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ସେହିପରି ଧନ୍ଦାମୂଳକ ବିଷୟରେ ୭୦.୩୫ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି। ଅପରାହ୍ନ ୪ଟାରେ ଭୁବନେଶ୍ବରସ୍ଥିତ ପରିଷଦ କାର୍ଯ୍ୟାଳୟରେ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ଅଶ୍ବିନୀ ମିଶ୍ର ପରୀକ୍ଷା ଫଳ ଘୋଷଣା କରିଛନ୍ତି। ରେଜଲ୍ଟ ପ୍ରକାଶିତ ହେଲା ପରେ ପରୀକ୍ଷାର୍ଥୀମାନେ ନିଜ ନିଜ ଫଳାଫଳ www.orissaresults.nic.in ୱେବସାଇଟ୍‌ ମାଧ୍ୟମରେ ସନ୍ଧ୍ୟା ୫ଟାରୁ ଜାଣି ପାରିବେ। ସେହିପରି ଛାତ୍ରଛାତ୍ରୀ ନିଜର ମାର୍କସିଟକୁ ମଧ୍ୟ ଡାଉନଲୋଡ଼ କରିପାରିବେ। ଏଥିସହ ଛାତ୍ରଛାତ୍ରୀମାନେ ନିଜର ରୋଲ୍‌ ନମ୍ବର ଦାଖଲ କରି ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ବି ପରୀକ୍ଷା ଫଳ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷାର୍ଥୀ ଫଳ ପାଇପାରିବେ। ସୂଚନାଯୋଗ୍ୟ କଳା ବିଭାଗରେ ଏଥର ୨,୧୩ ,୪୦୬ ଓ ଧନ୍ଦାମୂଳକରେ ୫,୮୬୩ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।
କଳାରେ ଚଳିତ ବର୍ଷ ୨ ଲକ୍ଷ ୧୩ ହଜାର ୪୦୬ ଜଣ ପିଲା ପରୀକ୍ଷା ଦେଇଥିଲେ। ଏଥିରୁ ୧ ଲକ୍ଷ ୭୧ ହଜାର ୨୮୮ ଜଣ ପିଲା ପାସ୍‌ କରିଛନ୍ତି। ପ୍ରଥମ ଶ୍ରେଣୀରେ ୬୨, ୭୩୪, ୨ୟ ଶ୍ରେଣୀରେ ୪୧,୧୯୩ ଓ ତୃତୀୟ ଶ୍ରେଣୀରେ ୬୭,୩୪୧ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ୧୭୭ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି। ‌୨୮ଟି ଉଚ୍ଚ ମାଧ୍ୟମିକ ସ୍କୁଲର ପିଲାମାନେ ଶତପ୍ରତିଶତ ପାସ କରିଛନ୍ତି। କୌଣସି ଉଚ୍ଚ ମାଧ୍ୟମିକ ସ୍କୁଲର ରେଜଲ୍ଟ ଶୂନ୍ୟ ହୋଇ ନ ଥିବା ସିଏଚ୍‌ଏସ୍‌ସି ପକ୍ଷରୁ କୁହାଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ପାସ୍‌ ହାର ସର୍ବାଧିକ ଥିବା ବେଳେ ନବରଂଗପୁର ଜିଲ୍ଲାର ରେଜଲ୍ଟ ସର୍ବନିମ୍ନ ହୋଇଛି। ସୂଚନାଯୋଗ୍ୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ କଲେଜ (ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ଗତ ଜୁଲାଇ ମାସ ୨୭ ତାରିଖରେ ପ୍ରକାଶ ପାଇଥିଲା। ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ପିଲା ପାସ୍‌ କରିଥିଲେ।

Share Now:

Kalinga News Beuro

Next Post

ଆଜି ଭାରତକୁ ଆଉ ଏକ ସ୍ବର୍ଣ୍ଣ ଦେଲେ ୨୦ବର୍ଷୀୟ ଲକ୍ଷ୍ୟ ସେନ୍

Mon Aug 8 , 2022
ବର୍ମିଂହାମ : ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସୋମବାରଦିନଟି ଭାରତ ପାଇଁ ସ୍ମରଣୀୟ ଦିନରେ ପରିଣତ ହେବାକୁ ଯାଉଛି। ଆଜି ବ୍ୟାଡମିଣ୍ଟନରେ ଭାରତ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଛି। ପ୍ରଥମ ପି.ଭି. ସିନ୍ଧୁ ମହିଳା ସିଙ୍ଗଲ୍ସରେ ସ୍ବର୍ଣ୍ଣ ଜିତିବା ପରେ ପୁରୁଷ ସିଙ୍ଗଲ୍ସରେ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଛନ୍ତି ୨୦ ବର୍ଷୀୟ ଲକ୍ଷ୍ୟ ସେନ। ନିଜର ପ୍ରଥମ ରାଜ୍ୟଗୋଷ୍ଠୀ ପଦାର୍ପଣରେ ସ୍ବର୍ଣ୍ଣିମ ସଫଳତା ହାସଲ କରି ସେ ଭାରତ […]
ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ଜିତିଲେ ୨୦ ବର୍ଷୀୟ ଲକ୍ଷ୍ୟ ସେନ୍

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial