ଦେଶରେ ପୁଣି ୧୦ ହଜାର ଉପରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ

୧୦ ହଜାର ଉପରେ ଦେଶରେ କୋଭିଡ୍‌-୧୯

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନା ଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁନର୍ବାର ବୃଦ୍ଧି ପାଇ ୧୦ ହଜାର ଟପି ଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୨.୬୨% ଏବଂ ସାପ୍ତାହିକ ପଜିଟିଭିଟି ହାର ୩.୩୨% ଥିବା ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୬୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୬ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୬୪୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୩,୬୮,୧୯୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୪୫୨ରେ ପହଞ୍ଚିଛ। ଏଥିରେ କେରଳ ପିଛିଲା ଭାବେ ୪ଜଣଙ୍କ ମୃତ୍ୟୁ ସଂଯୋଗ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୭,୪୪,୩୦୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୫୯% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୬,୪୪୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୨% ଏବଂ ଅଳ୍ପ କିଛି ଦିନ ହେବ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ତଳକୁ ରହୁଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୦,୫୮,୮୩,୬୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୩୫,୨୩,୮୮୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୦୭,୦୯୬ଟି ନମୁନା।

Share Now:

Kalinga News Beuro

Next Post

ତୃପ୍ତି ଓ ତାଙ୍କ ବାପାଙ୍କ ନାମରେ ୫ କୋଟି ଟଙ୍କାର ମାନହାନି ମକଦ୍ଦମା କଲେ ପ୍ରକୃତି ମିଶ୍ର

Wed Aug 24 , 2022
ଭୁବନେଶ୍ବର: କିିଛି ଦିନ ତଳେ ଅଭିନେତା ବାବୁସାନ ମହାନ୍ତିଙ୍କ ପତ୍ନୀ ତୃପ୍ତିଙ୍କଠାରୁ ବିଚ୍‌ ରାସ୍ତାରେ ମାଡ଼ ଖାଇଥିବା ଅଭିନେତ୍ରୀ ପ୍ରକୃତି ମିଶ୍ର ଏବେ ଭୁବନେଶ୍ବର କୋର୍ଟରେ ୫ କୋଟି ଟଙ୍କାର ମାନହାନି ମକଦ୍ଦମା କରିିଛନ୍ତି। ଏ ନେଇ ପ୍ରକୃତିଙ୍କ ଓକିଲ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ସେ କହିଥିଲେ ଯେ ‘ପ୍ରକୃତିଙ୍କ ପକ୍ଷରୁ ମାନହାନୀ ମକଦ୍ଦମା କରିବାକୁ ଆମେ କୋର୍ଟକୁ ବାହାରୁଛୁ। ପରେ କହିବେନି ‌ଯେ ଆମେ ଜଣାଇଲୁନି ବୋଲି’। ତେବେ […]
ମାନହାନି ମକଦ୍ଦମା କଲେ ପ୍ରକୃତି ମିଶ୍ର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial