ଫିକା ପଡ଼ିବ କି ପୂଜା ମାହୋଲ : ଅକ୍ଟୋବାର ୧ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ-2

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ଏହାର ଆଖପାଖ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିବା ସହ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୧ରେ ଉତ୍ତର-ପୂର୍ବ ଏବଂ ଏହାର ଆଖପାଖ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆଜି ଠାରୁ ୩ ଅକ୍ଟୋବର ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଜାରି ହୋଇଥିବା ସତର୍କ ସୂଚନା ମୁତାବକ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୯ ତାରିଖ ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ବାଲେଶ୍ୱର, ଭଦ୍ରକ ପ୍ରଭୃତି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Share Now:

Kalinga News Beuro

Next Post

ଓଡ଼ିଶା ନିବେଶକ ସମ୍ମିଳନୀରେ ସିଇଓ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Wed Sep 28 , 2022
​ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାରଦିନ ବେଙ୍ଗାଲୁରୁଠାରେ ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ନିବେଶକମାନଙ୍କୁ ଓଡ଼ିଶାକୁ ଆମନ୍ତ୍ରଣ ଜଣାଇଛନ୍ତି। ଏହି ଅବସରରେ ସେ ବିଭିନ୍ନ କମ୍ପାନିର ସିଇଓ ତଥା ବରିଷ୍ଠ ଅଧିକାରୀମାନଙ୍କୁ ଭେଟିଛନ୍ତି। ସେ ଭେଟିଥିବା ସିଇଓମାନଙ୍କ ମଧ୍ୟରେ ଅଛନ୍ତି ପେଜ୍ ଇଣ୍ଟଷ୍ଟ୍ରିଜର ସିଇଓ ଭି.ଜି.ଗଣେଶ, ଟିଟିକେ ପ୍ରେଷ୍ଟିଜର ସିଇଓ ପି.ସତ୍ୟନାରାୟଣ, ଫ୍ଲିପକାର୍ଟର ରଜନୀଶ କୁମାର, ଆସେଞ୍ଚରର ଅଜୟ ବିଜ୍, ଇଣ୍ଡୋ-ନିସାନ୍ ଫୁଡ୍ସର ଗୌତମ ଶର୍ମା, ୟର୍ନେଷ୍ଟ […]
ଓଡ଼ିଶା ନିବେଶକ ସମ୍ମିଳନୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial