ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସମ୍ପ୍ରସାରଣ, ମହିଳାଙ୍କୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା : ମମତାଙ୍କ କଥା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ସମ୍ପ୍ରସାରଣ କରାଯାଇଛି। ଏହି ଯୋଜନାରେ ମହିଳାମାନଙ୍କୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ନେଇ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସଚିବାଳୟରେ ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ଭାଗ ନେବା ଅବସରରେ ମାଲକାନଗିରି ଜିଲ୍ଲାର କାଲିମେଳା ବ୍ଲକ୍‌ର ଜଣେ ମା’ ମମତା ପଡ଼ିଆମୀ ମୁଖ୍ୟମନ୍ତ୍ରୀଙ୍କୁ ମହିଳାମାନଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସା ସହାୟତା ରାଶି ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ସେ କହିଥିଲେ ଯେ, ‘ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଧିକ। ଆପଣ ମହିଳାଙ୍କ ପାଇଁ ବହୁତ କିଛି କରିଛନ୍ତି। ପଚାଶ ପ୍ରତିଶତ ସ୍ଥାନ ସଂରକ୍ଷଣ ଦ୍ୱାରା ଆମେ ଆଜି ବିକାଶ କାମରେ ସାମିଲ୍‌ ହୋଇପାରୁଛୁ। ମିସନ୍‌ ଶକ୍ତି କାର୍ଯ୍ୟକ୍ରମ ଦ୍ୱାରା ଆମ ପରିବାର ପାଇଁ ଆମେ ବହୁତ କିଛି କରିପାରୁଛୁ। ତେଣୁ ମହିଳାମାନଙ୍କ କଥା ସ୍ୱତନ୍ତ୍ର ଭାବେ ବିଚାର କରି ଆମ ପାଇଁ ଅଧିକ ଅର୍ଥ ବ୍ୟବସ୍ଥା କରନ୍ତୁ।’ ମାଲିକାନଗିରିର ଏହି ମହିଳାଙ୍କ ଯୁକ୍ତି ମୁଖ୍ୟମନ୍ତ୍ରୀଙ୍କୁ ବହୁତ ପ୍ରଭାବିତ କରିଥିଲା ଏବଂ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାମାନଙ୍କ ପାଇଁ ଚିକିତ୍ସା ସହାୟତା ୭ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିଲେ।
ସୂଚନାଯୋଗ୍ୟ ଯେ ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ। ଆସନ୍ତା ଅଗଷ୍ଟ ୧୫ ତାରିଖରୁ ଏହା କାର୍ଯ୍ୟକାରୀ ହେବ। ଏଥିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ବ୍ୟବସ୍ଥା ରହିଛି। ରାଜ୍ୟର ୭୦ ଲକ୍ଷରୁ ଅଧିକ ପରିବାର ଓ ସାଢ଼େ ତିନି କୋଟିରୁ ଅଧିକ ଲୋକ ଏହି ସୁବିଧା ପାଇବେ।

Share Now:

Kalinga News Beuro

Leave a Reply

Next Post

ବାଃ ବାଃ ରେ ହସ୍ପିଟାଲ:ଅଲଟ୍ରାସାଉଣ୍ଡ ପାଇଁ ୨ମାସର ଲମ୍ବା ଲାଇନ୍‌

Thu Jun 28 , 2018
କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଏମିତି ବ୍ୟବସ୍ଥା ଭୁବନେଶ୍ୱର: ଅଲଟ୍ରାସାଉଣ୍ଡ୍‌ କରିବାକୁ ହେଲେ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ପ୍ରାୟ ୨ମାସ ଅପେକ୍ଷା କରିବାକୁ ପଡ଼ିବ। ରାଜଧାନୀର ପ୍ରମୁଖ ସରକାରୀ ଡାକ୍ତରଖାନାରେ ଏମିତ ବ୍ୟବସ୍ଥା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ, ଏହା ସତ। ପ୍ରତିଦିନ ଅନେକ ରୋଗୀ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଏଭଳି ଅବ୍ୟବସ୍ଥା ଯୋଗୁଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଫଳରେ ଅନେକ ବାଧ୍ୟହୋଇ ଘରୋଇ ଡାଏଗ୍ନୋଷ୍ଟିକ୍‌ ସେଣ୍ଟର୍‌ ପଳାଉଛନ୍ତି। ପ୍ରଭାସିନୀ ମଲ୍ଲିକ୍‌ ନାମକ ଜଣେ ମହିଳା […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial