ଭାରତକୁ ହରାଇ ଟି-୨୦ ବିଶ୍ୱକପ ଫାଇନାଲରେ ଇଂଲଣ୍ଡ

ଭାରତକୁ ହରାଇ ଟି-୨୦ ବିଶ୍ବକପ ଫାଇନାଲରେ ଇଂଲଣ୍ଡ

ଆଡିଲେଡ୍ : ଭାରତ ବିଶ୍ୱ ଚାମ୍ପିଅନ ଆଶା ଧୂଳିସାତ ହୋଇଯାଇଛି। ଗୁରୁବାର ଖେଳାଯାଇଥିବା ୨ୟ ସେମିଫାଇନାଲ ମ୍ୟାଚରେ ଭାରତକୁ ୧୦ ଓ୍ବିକେଟରେ ଶୋଚନୀୟଭାବେ ହରାଇ ଫାଇନାଲରେ ପ୍ରବେଶ କରିଛି ଇଂଲଣ୍ଡ। ଇଂଲଣ୍ଡ ଆସନ୍ତା ରବିବାର ଦିନ ହେବାକୁ ଥିବା ଫାଇନାଲ ମ୍ୟାଚରେ ପାକିସ୍ତାନକୁ ଭେଟିବ। ଇଂଲଣ୍ଡର ବିଜୟ ପାଇଁ ଭାରତ ୧୬୯ରନର ବିଜୟ ଲକ୍ଷ୍ୟ ରଖାଯାଇଥିବାବେଳେ ଇଂଲଣ୍ଡର ଦୁଇ ଓପନର ଆଲେକ୍ସ ହେଲ୍ସ ଓ ଜସ ବଟଲର ହିଁ ଖେଳ ସମାପ୍ତ କରିଦେଇଥିଲେ। ଭାରତର କୌଣସି ବୋଲର ତାଙ୍କ ଉପରେ ପ୍ରଭାବ ବିସ୍ତାର କରିପାରିନଥିଲେ। ବଟଲର ୮୦ ଓ ହେଲ୍ସ ୮୬ ରନ କରି ଅପରାଜିତ ରହିଥିଲେ। ମ୍ୟାଚର ଉଭୟ ବ୍ୟାଟିଂ ଓ ବୋଲିଂରେ ଇଂଲଣ୍ଡ ଦଳ ଭାରତ ଉପରେ ପ୍ରଭାବ ବିସ୍ତାର କରି ଖେଳିଥିଲା। ଏପରିକି ଆହୁରି ୨୪ଟି ବଲ ବାକିଥାଇ ଇଂଲଣ୍ଡ ନିଜର ଲକ୍ଷ୍ୟ ହାସଲ କରିନେଇଥିଲା। ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଭାରତ ଆରମ୍ଭରୁ କେଏଲ ରାହୁଲଙ୍କ ଓ୍ବିକେଟ ହରାଇଥିଲେ ବି ରୋହିତ ଶର୍ମା ଓ ବିରାଟ କୋହଲି ସତର୍କତାର ସହ ଖେଳି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ। ରୋହିତ ୨୭ ରନ କରି ଆଉଟ ହୋଇଥିବାବେଳେ କୋହଲି ନିଜର ଚମତ୍କାର ଫର୍ମ ବଜାୟ ରଖି ଅର୍ଦ୍ଧଶତକ ପୂରଣ କରିଥିଲେ। ରୋହିତଙ୍କ ପରେ ଆସିଥିବା ସୂର୍ଯ୍ୟକୁମାର ଯାଦବ ମାତ୍ର ୧୪ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ନିଜର ବିସ୍ଫୋରକ ବ୍ୟାଟିଂର ନମୁନା ଦେଖାଇଥିଲେ। ସେ ମାତ୍ର ୩୩ଟି ବଲରୁ ୬୩ ରନର ବହୁମୂଲ୍ୟ ଇନିଂସ ଖେଳିଥିଲେ। ତେବେ ସେ ଶେଷ ବଲରେ ଦୁର୍ଭାଗ୍ୟଜନକ ଭାବେ ହିଟ୍ ଓ୍ବିକେଟ ହୋଇଥିଲେ। ଭାରତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୬୮ ରନ କରିଥିଲା।

Share Now:

Kalinga News Beuro

Next Post

ତିନି ସେନାକୁ ପ୍ରସ୍ତୁତ ରହିବାକୁ କହିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

Thu Nov 10 , 2022
ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭାରତର ତିନି ସେନାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷକରି ଚୀନକୁ ଲାଗିଥିବା ପ୍ରକୃତ ନିୟନ୍ତ୍ରଣ ରେଖା ନିକଟରେ ଭାରତୀୟ ସେନାର ପ୍ରସ୍ତୁତିର ସମୀକ୍ଷା କରିବାକୁ ସେ ମିଲିଟାରି କମାଣ୍ଡରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାକିସ୍ତାନ ସୀମାରେ ବି ପ୍ରସ୍ତୁତ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ବୁଧବାର ଦେଇଥିବା ବୟାନର ଦିନକ ପରେ ରାଜନାଥ ଏହି ନିର୍ଦ୍ଦେଶ […]
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial