ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ୧୧ ପ୍ରାର୍ଥୀ : ୩ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଅସଲ ଲଢ଼େଇ

୩ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଅସଲ ଲଢ଼େଇ

ବରଗଡ଼ : ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି। ଉପନିର୍ବାଚନ ପାଇଁ ପ୍ରମୁଖ ୩ଟି ଦଳ ସମେତ ୧୧ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ଦାଖଲ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା, ଭାରତୀୟ ଜନତା ପାର୍ଟି (ବିଜେପି) ପ୍ରାର୍ଥୀ ବିଧାୟକ ପ୍ରଦୀପ ପୁରୋହିତ, କଂଗ୍ରେସର ପ୍ରାର୍ଥୀ ସତ୍ୟଭୂଷଣ ସାହୁ ଓ ଓଡ଼ିଶା ଜନତା ପାର୍ଟି (ଓଜେପି) ତରଫରୁ ମୁକ୍ତେଶ୍ବର ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଉପନିର୍ବାଚନ ପାଇଁ ଜୟନ୍ତ ଥପା, ଶେଷଦେବ ସାହୁ, ବୃନ୍ଦାବନ ପୁରୋହିତ, ରେବତୀ ଗିରି, ଉଦିତ ବଣ୍ଡିଆ, ଦେବାର୍ଚ୍ଚନ ନାଏକ ଓ ବିଦ୍ୟାଧର ପାଣ୍ଡେ ମଧ୍ୟ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ଏକଥା ସମସ୍ତଙ୍କୁ ଜଣା ଯେ ପଦ୍ମପୁର ଉପନିର୍ବାଚନରେ ବିଜେଡି, ବିଜେପି ଓ କଂ‌ଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ ଅସଲ ଲଢ଼େଇ ହେବ। ସ୍ବର୍ଗତ ବିଧାୟକ ବିଜୟ ରଂଜନ ସିଂ ବରିହା ଜଣେ ଲୋକପ୍ରିୟ ନେତା ହୋଇଥିବାରୁ ତାଙ୍କ ଝିଅ ବର୍ଷାଙ୍କୁ ମତଦାତା ‌ଭୋଟ ଦେଇପାରନ୍ତି। ଅନ୍ୟପଟରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଗତ ବିଧାନସଭା ନିର୍ବାଚନରେ ଦ୍ବିତୀୟ ସ୍ଥାନରେ ଥିଲେ ଏବଂ ସେ ୨୦୧୪ ନିର୍ବାଚନରେ ବିଜୟୀ ହୋଇଥିଲେ। ଚାଷୀଙ୍କ ପାଇଁ ସବୁବେଳେ ଲଢ଼େଇ କରୁଥିବାରୁ ପ୍ରଦୀପ ପୁରୋହିତଙ୍କ ଉପରେ ମଧ୍ୟ ମତଦାତା ଭରସା ରଖିପାରନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପୂର୍ବରୁ ପଦ୍ମପୁର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇସାରିଥିବାରୁ ତାଙ୍କୁ ମଧ୍ୟ ଭଲ ଭୋଟ ମିଳିପାରେ।
ସୂଚନାଯୋଗ୍ୟ, ପଦ୍ମପୁର ଉପନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ନାମାଙ୍କନ ଭରିଛନ୍ତି। ଏହି ସମୟରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବରଗଡ଼ ସାଂସଦ ସୁରେଶ ପୂଜାରୀ, ବରିଷ୍ଠ ନେତା କନକବର୍ଦ୍ଧନ ସିଂଦେଓ ଓ ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଦୀପ ପୁରୋହିତ ପ୍ରାର୍ଥୀପତ୍ର ଦାଖଲ କରିବା ପୂର୍ବରୁ ଗୁରୁଜନମାନଙ୍କ ଆଶୀର୍ବାଦ ନେଇଥିଲେ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବିଜେଡିରୁ ବର୍ଷାରାଣୀ ସିଂ ବରିହା ଆଜି ନାମାଙ୍କନ ପତ୍ର ଭରିଥିଲେ। ଏହି ସମୟରେ ତାଙ୍କ ସହିତ ବିଜେଡି ନେତ୍ରୀ ସ୍ନେହାଙ୍ଗୀନୀ ଛୁରିଆ, ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଓ ଶତାଧିକ ସମର୍ଥକ ଉପସ୍ଥିତ ଥିଲେ। ନାମାଙ୍କନ ପୂର୍ବରୁ ବୁଢ଼ା ରାଜାଙ୍କ ଆର୍ଶୀବାଦ ନେଇଥିଲେ ବର୍ଷା ସିଂ ବରିହା। ସେପଟେ ବିରାଟ ଶୋଭାଯାତ୍ରାରେ ନାମାଙ୍କନ ଭରିବାକୁ ଯାଇଥିଲେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ। ତାଙ୍କ ସାଥିରେ ପିସିସି ସଭାପତି ଶରତ ପଟ୍ଟନାୟକ ଓ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ସମେତ ଶତାଧିକ ସମର୍ଥକ ଉପସ୍ଥିତ ଥିଲେ। ପଦ୍ମପୁର ବିଧାନସଭାର ଉପନିର୍ବାଚନ ପାଇଁ ଆଜି (୧୭ ତାରିଖ ପର୍ଯ୍ୟନ୍ତ) ମନୋନୟନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ୧୮ ତାରିଖରେ ମନୋନୟନ ପତ୍ର ଯାଞ୍ଚ କରାଯିବ ଏବଂ ୨୧ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସମୟ ରହିଛି ବୋଲି ରିଟର୍ଣ୍ଣିଂ ଅଫିସର କହିଛନ୍ତି। ସେହିପରି ଆସନ୍ତା ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ଭୋଟଦାନ କରାଯିବ। ଡିସେମ୍ବର ୧୦ ତାରିଖରେ ମତଗଣନା ସହ ଫଳାଫଳ ପ୍ରକାଶ ପାଇବ।

Share Now:

Kalinga News Beuro

Next Post

ସିଲିଗୁଡ଼ି ଯାଇଥିବା ବେଳେ ବିଗିଡ଼ିଲା କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କ ସ୍ବାସ୍ଥ୍ୟାବସ୍ଥା

Thu Nov 17 , 2022
ନୂଆଦିଲ୍ଲୀ: ସିଲିଗୁଡ଼ି ଯାଇଥିବା ବେଳେ ବିଗିଡ଼ିଲା କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କ ସ୍ବାସ୍ଥ୍ୟାବସ୍ଥା। କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ଗୁରୁବାର ଦିନ ସିଲିଗୁଡିରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ସେ ଅସୁସ୍ଥ ହୋଇପଡିଥିଲେ। ତୁରନ୍ତ ଡାକ୍ତର ପହଞ୍ଚି ତାଙ୍କର ଚିକିତ୍ସା କରିବା ପରେ ଏବେ ତାଙ୍କ ଅବସ୍ଥା ସ୍ଥିର ଥିବା ବିଜେପି ବିଧାୟକ ନୀରଜ ଜିମ୍ବା କହିଛନ୍ତି। ସ୍ବାସ୍ଥ୍ୟାବସ୍ଥାରେ ସୁଧାର […]
ବିଗିଡ଼ିଲା କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କ ସ୍ବାସ୍ଥ୍ୟାବସ୍ଥା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial