ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

୬ଟି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର ହୋଇ ରହିଛି। ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ। ମୋର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳ ହେବ। ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି – ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ। ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବପାଇଁ ବ୍ୟବସ୍ଥା କରାଯାଇଛି। ମୋଟୁ ଟ୍ରାଇ ଜଙ୍କସନଠାରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ। ଏହା ଜିଲ୍ଲା ସହିତ ଛତିଶଗଡ ଓ ଅନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି। ଏହାସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳା ଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ବଧାର ଗୃହ।
ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ବରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭରସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ସୁଯୋଗ ଆଣିଥାଏ ଓ ଶିକ୍ଷା ହିଁ ଏ ରୂପାନ୍ତର ଆଣିଛି। ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହି ଅବସରରେ ଚିତ୍ରକୁଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ।

Share Now:

Kalinga News Beuro

Next Post

ଆସନ୍ତାକାଲି ଠାରୁ ସମ୍ମେଟିଭ-୧ ପରୀକ୍ଷା : ପରୀକ୍ଷା ଦେବେ ୫.୪୦ ଲକ୍ଷ ଛାତ୍ରଛାତ୍ରୀ

Tue Nov 22 , 2022
କଟକ: ଆସନ୍ତାକାଲି ଠାରୁ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଆରମ୍ଭ ହେବ। ସେଥିପାଇଁ ବୋର୍ଡ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ବିଭିନ୍ନ ନୋଡାଲ ସେଣ୍ଟରକୁ ପ୍ରଶ୍ନ ପତ୍ର ପଠା ସରିଛି। ପରୀକ୍ଷାର ୧୫ ମିନଟ ପୂର୍ବରୁ ପ୍ରଶ୍ନ ପତ୍ରର ସିଲ ଖୋଲାଯିଵ। ପରୀକ୍ଷାକୁ ଶୃଙ୍ଖଳିତ ଏବଂ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାଆଡର୍ଡ଼ ଗଠନ କରାଯାଇଛି। ଚଳିତବର୍ଷ ପରୀକ୍ଷାରେ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ ଟି କେନ୍ଦ୍ରରେ […]
ନଭେମ୍ବର ୨୩ରୁ ସମ୍ମେଟିଭ-୧ ପରୀକ୍ଷା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial