ଜନ୍ମମାଟିରେ ନବ ଦାସଙ୍କ ଶେ‌ଷ ଦର୍ଶନ ଲାଗି ସମର୍ଥକ ଓ ଶୁଭେଛୁଙ୍କ ଭିଡ଼

ନବ ଦାସଙ୍କ ଶେ‌ଷ ଦର୍ଶନ

ଝାରସୁଗୁଡ଼ା: ଝାରସୁଗୁଡ଼ାର ମନମୋହନ ଏମଇ ସ୍କୁଲ ପଡ଼ିଆରେ ନବ ଦାସଙ୍କ ଶେ‌ଷ ଦର୍ଶନ ଲାଗି ସମର୍ଥକ ଓ ଶୁଭେଛୁମାନଙ୍କ ଭିଡ଼ ଲାଗି ରହିଛି। ସେଠାରେ ନବଙ୍କ କନ୍ୟା ଓ ପୁଅ ବି ଉପସ୍ଥିତ ଅଛନ୍ତି। ଏହାଛଡ଼ା ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ଟୁକୁନି ସାହୁ, ନିରଂଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, କଟକ ମେୟର ସୁବାସ ସିଂହଙ୍କ ସମେତ ବିଜେଡିର ବହୁ ତୁଙ୍ଗ ନେତା ଉପସ୍ଥିତ ଥିବାର ଦେଖିବାକୁ ମିଳିଛି। ଏଠାରେ ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କୁ ବି ଦେଖିବାକୁ ମିଳୁଛି। ଆଉ କିଛି ସମୟ ପରେ ଖେରୁଆଲରେ ନବ ଦାସଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି।

Share Now:

Kalinga News Beuro

Next Post

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଶେଷ ଦର୍ଶନ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

Mon Jan 30 , 2023
ଭୁବନେଶ୍ବର: ଆଜି ସକାଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କର ସରକାରୀ ବାସଭବନକୁ ଯାଇ ତାଙ୍କୁ ଶେଷ ଦର୍ଶନ କରିଛନ୍ତି। ଉଭୟେ ନବକିଶୋରଙ୍କ ମରଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ନବକିଶୋରଙ୍କ ଅନ୍ତିମ ଦର୍ଶନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଘର ଭିତରକୁ ଯାଇ ପରିବାରର ସଦସ୍ୟଙ୍କୁ ମଧ୍ୟ […]
ନବ ଦାସଙ୍କ ଶେଷ ଦର୍ଶନ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial