ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ପାଇଁ ଓଡ଼ିଶା ଆସିବେ ରାଷ୍ଟ୍ରପତି

୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଆଗାମୀ ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏନେଇ ରମାଦେବୀ ବିଶ୍ବବିଦ୍ୟାଳୟର କୁଳପତି ଅପରାଜିତା ଚୌଧୁରୀ ସୂଚନା ଦେଇଛନ୍ତି। ଅପରାହ୍ନ ୪ଟା ୧୫ ମିନିଟ୍ ସମୟରେ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ। ସେ ପୂର୍ବାହ୍ନ ୧୧ଟା ୪୫ ମିନିଟ ସମୟରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିବେ। ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଦ୍ବିତୀୟ ଥର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୦ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ। ଗସ୍ତକାଳରେ ସେ ରାଜଭବନରେ ଅବସ୍ଥାନ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୧ ତାରିଖ ସକାଳ ୯ଟା ୧୫ରେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ।
ସୂଚନାଯୋଗ୍ୟ, ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସେ ଗତବର୍ଷ ନଭେମ୍ବର ୧୧ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ୨୫ ଜୁଲାଇ ୨୦୨୨ରେ ସେ ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିଥିଲେ।

Share Now:

Kalinga News Beuro

Next Post

ଭଦ୍ରକ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟ ପ୍ରସୂତି ବିଭାଗରେ ନକଲି ଡାକ୍ତର

Wed Feb 1 , 2023
ଭଦ୍ରକ: ଭଦ୍ରକ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନକଲି ଡାକ୍ତର ଧରାପଡ଼ିଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍‌ଓ) ଜଣେ ଯୁବକ ନିଜକୁ ଡାକ୍ତର ବେଶରେ ସଜେଇ ହୋଇ ଭଦ୍ରକ ମେଡ଼ିକାଲରେ ପ୍ରସୂତି ବିଭାଗରେ ରୋଗୀ ସେବା କରୁଥିବା ବେଳେ ତାଙ୍କ ଉପରେ ସନ୍ଦେହ କରି ତାଙ୍କୁ ଧରି ପୁଲିସକୁ ହସ୍ତାନ୍ତର କରିଛନ୍ତି। ନକଲି ଡାକ୍ତର ଜଣକ ଚଞ୍ଚକତା କରି ବେକରେ ଷ୍ଟେଥୋ ପକାଇ ମେଡିକାଲକୁ ଯାଉଥିବା ସମୟରେ ଧରାପଡ଼ିଛନ୍ତି।ସୂଚନା […]
ନକଲି ଡାକ୍ତର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial