ପରଲୋକରେ ​ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦ : ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଗଭୀର ଶୋକ

ପରଲୋକରେ ​ଅଭିନେତା ପିଣ୍ଟୁ ନନ୍ଦ

କଟକ : ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କର ବୁଧବାର ରାତିରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ପରଲୋକ ଘଟିଛି। ତାଙ୍କୁ ମାତ୍ର ୪୫ ବର୍ଷ ହୋଇଥିଲା। ରାତି ପ୍ରାୟ ୧୧ଟା ୨୫ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ଲିଭର ସିରୋସିସ୍‌ରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର ଲିଭର ନଷ୍ଟ ହୋଇଯାଇଥିବା କୁହାଯାଇଥିଲା। ଲିଭର ପ୍ରତିରୋପଣ ଆଶାରେ ତାଙ୍କୁ ହାଇଦ୍ରାବାଦ ନିଆଯାଇଥିଲା। କିନ୍ତୁ ଏଥିପାଇଁ ୫୦ ଲକ୍ଷ ଟଙ୍କା ଆବଶ୍ୟକ ଥିବାରୁ ତାଙ୍କର ଚିକିତ୍ସା ବିଳମ୍ବିତ ହୋଇ ଚାଲିଥିଲା।
ଭୁବନେଶ୍ୱରରେ ଚିକିତ୍ସିତ ହେଉଥିବା ପିଣ୍ଟୁ ନନ୍ଦଙ୍କୁ ଫେବୃଆରୀ ୭ ତାରିଖରେ ପ୍ରଥମେ ନୂଆଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ ବାଇଲିଆରି ସାଇନ୍ସ (ଆଇଏଲବିଏସ୍)କୁ ନିଆଯାଇଥିଲା। କିନ୍ତୁ ସେଠାରେ ଲିଭର ଦାତା ନ ମିଳିବାରୁ ସେଠାରୁ ତାଙ୍କୁ ହାଇଦ୍ରାବାଦ ଅଣାଯାଇଥିଲା। ଓଲିଉଡ୍‌ର ଅନେକ କଳାକାର ତାଙ୍କୁ ସହାୟତା ଦେବା ପାଇଁ ଆଗକୁ ଆସିଥିଲେ ବି ମିଳିଥିବା ସହାୟତା ରାଶି ପର୍ଯ୍ୟାପ୍ତ ନଥିଲା। ପିଣ୍ଟୁ ନନ୍ଦଙ୍କର ପତ୍ନୀ ଓ ଦୁଇ ପୁଅ ଅଛନ୍ତି। କୋଇଲି ଚଳଚ୍ଚିତ୍ର ଜରିଆରେ ଓଲିଉଡରେ ପାଦ ଦେଇଥିବା ପିଣ୍ଟୁ ନନ୍ଦ ରଙ୍ଗ ନମ୍ବର, ପ୍ରେମ ଋତୁ ଆସିଲାରେ, ଦୋସ୍ତି, ହାତ ଧରି ଚାଲୁ ଥା ଭଳି ଅନେକ ଚଳଚ୍ଚିତ୍ରରେ ସଫଳତାର ସହ ଅଭିନୟ କରିଥିଲେ। ଓଡ଼ିଆ ଆଲବମ୍‌ ଗୀତରେ ଅଭିନୟ କରି ସେ ସର୍ବାଧିକ ଲୋକପ୍ରିୟତା ହାସଲ କରିଥିଲେ। ହେ ଗୌରା… ଗୀତରେ ଅଭିନୟ ପାଇଁ ତାଙ୍କୁ ଦର୍ଶକ ଏବେ ବି ମନେ ରଖନ୍ତି। ତାଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଗଭୀର ଶୋକ ପ୍ରକାଶ ପାଇଛି।

Share Now:

Kalinga News Beuro

Next Post

ତ୍ରିପୁରା, ନାଗାଲାଣ୍ଡରେ ବିଜେପି ସରକାର : ମେଘାଳୟରେ ସ୍ଥିତି ଅସ୍ପଷ୍ଟ

Thu Mar 2 , 2023
ଅଗରତାଲା : ତିନି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟରେ ଭୋଟ ଗଣତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ତ୍ରିପୁରା ଓ ନାଗାଲ୍ୟାଣ୍ଡରେ ବିଜେପି ପୁଣି କ୍ଷମତାକୁ ଫେରିବ। ମାତ୍ର ମେଘାଳୟରେ ଏବେ ବି ସ୍ଥିତି ଅସ୍ପଷ୍ଟ ରହିଛି। ସର୍ବଶେଷ ରିପୋର୍ଟ ଅନୁସାରେ ତ୍ରିପୁରାରେ ସରକାର ଗଢିବା ପାଇଁ ୩୧ଟି ଆସନ ଦରକାର ଥିବାବେଳେ ବିଜେପି ୩୪ଟି ଆସନରେ ବିଜୟ ହାସଲ କରିଛି କିମ୍ବା […]
ତ୍ରିପୁରା, ନାଗାଲାଣ୍ଡରେ ବିଜେପି ସରକାର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial