ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ନେଇ ନିଷ୍ପତ୍ତି ନେବେ ସରକାର: ପରିବାର କଲ୍ୟାଣ ନିର୍ଦ୍ଦେଶକ

ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର: କୋଭିଡ ଟିକା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ରକୁ ଚିଠି ଲେଖିଥିବା ଜଣାଯାଇଛି। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ କୋଭିଡ ସଂକ୍ରମଣ ବୃଦ୍ଧି ପାଉଛି। ଏଥିଲାଗି ୫୦ହଜାର ଟୀକା ପାଇଁ କେନ୍ଦ୍ରକୁ ଚିଠି ଲେଖାଯାଇଚି। ତେବେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିଷ୍ପତ୍ତି ନେବେ ସରକାର। ସଂକ୍ରମଣର ଭୟାବହତା କମ ଅଛି। ସେତେ ସିରିୟସ ହେଉନାହାନ୍ତି ରୋଗୀ। ମେଡିକାଲରେ ବି କମସଂଖ୍ୟକ ସଂକ୍ରମିତ ଭର୍ତ୍ତି ହେଉଛନ୍ତି।ଏଯାଏ ଆଇସିୟୁର ବ୍ୟବହାର ହୋଇନାହିଁ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ରାଜ୍ୟର କୋଭିଡ ସ୍ଥିତି ସଂପର୍କରେ ସଚେତନତା ଅଛି। ଏହାର ସମୀକ୍ଷା ହେଉଛି।
ସେ ଆହୁରି କହିଛନ୍ତି, ଆଗରୁ ଥିବା ଟିକା ସରିଯାଇଛି। ଗତ ଜାନୁଆରି ମାସରେ ଯେଉଁ ଟିକା ଆସିଥିଲା, ତାହା ଫେବୃଆରୀ ୮ ତାରିଖରେ ସରିଯାଇଛି। ଓଡ଼ିଶାରେ ୯୮ ପ୍ରତିଶତ ଲୋକ ପ୍ରଥମ ଡୋଜ ନେଇସାରିଛନ୍ତି। ଏଣେ ୯୧ ପ୍ରତିଶତ ଲୋକ ଦ୍ୱିତୀୟ ଡୋଜ ନେଇଛନ୍ତି। ଏଯାଏ ୪୧ ପ୍ରତିଶତ ଲୋକ ପ୍ରିକସନ ଡୋଜ ନେଇଛନ୍ତି। ଏହା ଜାତୀୟ ସ୍ତରରୁ ଅଧିକ।

Share Now:

Kalinga News Beuro

Next Post

ଓଡ଼ିଶାରେ ପ୍ରତିଷ୍ଠା ହେବ ଦେଶର ବୃହତ୍ତମ ଇସ୍ପାତ କାରଖାନା : ଶିଳ୍ପ ମନ୍ତ୍ରୀ

Tue Apr 11 , 2023
ଭୁବନେଶ୍ୱର: ଜାପାନ ଗସ୍ତରୁ ରାଜ୍ୟକୁ ବଡ଼ ସଫଳତା ମିଳିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ। ସେ କହିଛନ୍ତି, ଓଡ଼ିଶାରେ ଓଡ଼ିଶାରେ ଦେଶର ବୃହତ୍ତମ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନିପନ ଷ୍ଟିଲ ବୁଲି ଦେଖିଛନ୍ତି। ୯ଦିନର ଗସ୍ତକୁ ବେଶ୍ ସଫଳତା ମିଳିଛି।ରାଜ୍ୟ ଶିଳ୍ପ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ମିଶନ ମୋଡରେ ଶିଳ୍ପାୟନ ଆଗେଇବ। ନିପନ ଷ୍ଟିଲ ପ୍ଲାଣ୍ଟ ଓଡ଼ିଶାରେ ୩୦ନିୟୁତ […]
ବୃହତ୍ତମ ଇସ୍ପାତ କାରଖାନା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial