ରାଜ୍ୟରେ ପୁଣି ୨୫ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରୁ ୨୪, ଭୁବନେଶ୍ୱରରୁ ୧

ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ର‌ାନ୍ତଙ୍କ ସଂଖ୍ୟା ୭୧ ପହଞ୍ଚିଲା

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ପୁଣି ଏକ ଖରାପ ଖବର ଆସିଛି। ରାଜ୍ୟରୁ ପୁଣି ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଂଜାମ ଜିଲ୍ଲାରୁ ୨୪ ଜଣ ଥିବା ବେଳେ ଭୁବନେଶ୍ୱରରୁ ଜଣେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୨୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେଣେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ର‌ାନ୍ତଙ୍କ ସଂଖ୍ୟା ୭୧ରେ ପହଞ୍ଚିଛି। ଗଂଜାମ ଜିଲ୍ଲାରେ ଆଜି ସକାଳୁ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଜିଲ୍ଲାରେ ଆଜି ମୋଟ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ଥିବା ବେଳେ ଏହି ସଂଖ୍ୟା ୭୧ରେ ପହଞ୍ଚିଛି। ମାତ୍ର ୬ ଦିନ ମଧ୍ୟରେ କରୋନା ମାନଚିତ୍ରରେ ସବୁଠାରୁ ବଡ଼ ସ୍ଥାନ ନେଇଛି। ଗଂଜାମ ଜିଲ୍ଲାରେ ଗତ ୩ ତାରିଖରେ ପ୍ରଥମ ଥର ପାଇଁ ଜଣେ ୧୭ ବର୍ଷିଅ ଓ ଆଉ ଜଣେ ୨୨ ବର୍ଷିଅ ପୁରୁଷ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାର ଦିନକ ପରେ ପୁଣି ଜଣେ ଓ ୬ ତାରିଖରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। କିନ୍ତୁ ଗତକାଲି ସକାଳୁ ୧୭ ଜଣ ଓ ସନ୍ଧ୍ୟାରେ ପୁଣି ୭ ଜଣ କରୋନା ଆକ୍ରାନ୍ତ ଗଂଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିଲେ। ଗଂଜାମ ଜିଲ୍ଲାରୁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଶତପ୍ରତିଶତ ବ୍ୟକ୍ତି ହେଉଛନ୍ତି ସୁରତ ଫେରନ୍ତା। ସୂଚନାଯୋଗ୍ୟ, ରାଜ୍ୟରେ ଗତକାଲି ମଧ୍ୟରାତ୍ରୀ ସୁଦ୍ଧା ୫୨ ହଜାର ୯୭୪ଟି ଆରଟି ପିସିଆର ନମୁନା ପରୀକ୍ଷା ହୋଇଛି। ୧୮ଟି ଜିଲ୍ଲାରୁ ମୋଟ ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଂଜାମ ଜିଲ୍ଲାରୁ ସର୍ବାଧିକ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୫୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ ଜଣ, ଭଦ୍ରକ ଜିଲ୍ଲାରୁ ୨୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଂଜ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦ ବ୍ୟତୀତ କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏପର୍ଯ୍ୟନ୍ତ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୨୦୬ ଜଣ ସକ୍ରିୟ ଆକାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। କରୋନା ସଂକ୍ରମଣରେ କେବଳ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛନ୍ତି।

Share Now:

Kalinga News Beuro

Leave a Reply

Next Post

ଭୁବନେଶ୍ୱରରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବିରିୟାନି ଡେଲିଭରି ବୟ

Fri May 8 , 2020
ଭୁବନେଶ୍ୱର: କିଛି ଦିନ ବ୍ୟବଧାନ ପରେ ରାଜଧାନୀ ଭୁବନେଶ୍ୱରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁଣି ଆତଙ୍କ ଖେଳି ଯାଇଛି। ସବୁଠୁ ବଡ଼ କଥା ହେଲା ମଞ୍ଚେଶ୍ୱରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣେ ବିରିଆନି ଡେଲିଭରି ବୟ ବୋଲି ଜଣାପଡ଼ିଛି। କରୋନା ପଜିଟିଭ୍ ବାହାରିବା ପରେ ତାଙ୍କୁ ତୁରନ୍ତ ଆଇସୋଲେସନ୍‌ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ଟିମ୍ ସ୍ଥାନୀୟ ମଞ୍ଚେଶ୍ୱର ପୁଲିସ ଡେଲିଭରି ବୟଙ୍କ ଘରେ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial